ଆଖଡ଼ା ପରିଷଦର ଅଧ୍ୟକ୍ଷ ମହନ୍ତ ନରେନ୍ଦ୍ର ଗିରିଙ୍କ ମୃତ୍ୟୁ

(ବଡ଼ ଖବର ବ୍ୟୁରୋ): ମହନ୍ତ ନରେନ୍ଦ୍ର ଗିରିଙ୍କ ମୃତ୍ୟୁ । ଆଖଡା ପରିଷଦର ଅଧ୍ୟକ୍ଷ ମହନ୍ତ ନରେନ୍ଦ୍ର ଗିରିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ପ୍ରୟାଗରାଜଠାରେ ତାଙ୍କର ମୃତ୍ୟୁ ହୋଇଛି । ବାଘବରୀ ମଠରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ମହନ୍ତ ନରେନ୍ଦ୍ର ଗିରିଙ୍କ କୋଠରୀ ଭିତରୁ ବନ୍ଦ ରହିଥିଲା, ପରେ ସନ୍ଦେହ ହେବାରୁ ତାଙ୍କ କବାଟ ଖୋଲାଯାଇଥିଲା । ପରେ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଠାବ କରାଯାଇଥିଲା ବେଳେ ମୃତଦେହ ନିକଟରୁ ଏକ ସୁଇସାଇଡ୍ ନୋଟ ମଧ୍ୟ ଜବତ ହୋଇଥିଲା । ଏହି ସୁଇସାଇଡ ନୋଟ୍ ମିଳିବା ପରେ ତାଙ୍କ ମୃତ୍ୟୁକୁ ନେଇ ସନ୍ଦେହ ବଢିବାରେ ଲାଗିଛି । ଏହି ସୁଇସାଇଡ ନୋଟରେ ସେ ମାନସିକ ସ୍ତରରେ ବିଚଳିତ ଥିବା ଉଲ୍ଲେଖ ରହିଥିଲା । ଯାହା ଫଳରେ ସେ ଆତ୍ମହତ୍ୟା କରିଥିବା ଚର୍ଚ୍ଚା ହେଉଛି ।

ତେବେ ପ୍ରାଥମିକ ତଦନ୍ତ ପରେ ଏହା ହତ୍ୟାକାଣ୍ଡ ନୁହେଁ ବୋଲି ପୋଲିସ କହିଛି । କିନ୍ତୁ ତାଙ୍କ ମୃତ୍ୟୁର କାରଣ ଆତ୍ମହତ୍ୟା ନା ଆଉ କିଛି ସେନେଇ ପୋଲିସ ଏପର୍ୟ୍ୟନ୍ତ ସ୍ପଷ୍ଟ କରି ନାହିଁ। ଏହି ଖବର ପରେ ପୋଲିସ ସମଗ୍ର ଅଞ୍ଚଳକୁ ସିଲ୍ କରିବା ସହ ଏବଂ ବାରବରି ମଠରେ କାହାକୁ ପ୍ରବେଶ କରିବାକୁ ଦିଆଯାଉ ନାହିଁ। ଅପରପକ୍ଷେ ଫୋରେନସିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି କରିଛି । ଅନ୍ୟପକ୍ଷରେ ଏହା ଏକ ଷଡ଼ଯନ୍ତ୍ର ବୋଲି ତାଙ୍କ ଶିଷ୍ୟ କହିଛନ୍ତି । ତାଙ୍କୁ ଷଡ଼ଯନ୍ତ୍ର କରି ମାରିଦିଆଯାଇଛି ବୋଲି କହିଛନ୍ତି ନରେନ୍ଦ୍ର ଗିରିଙ୍କ ଶିଷ୍ୟ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ