Masthead

ବର୍ଷିବ, ପ୍ରବଳ ଛେଚିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବର୍ଷିବ, ପ୍ରବଳ ଛେଚିବ । ସେପ୍ଟେମ୍ବରରେ ଖାଲି ବର୍ଷା ହିଁ ବର୍ଷା । ଆଗକୁ ଆସୁଛି ବଡ଼ ବର୍ଷା। ୨୬ରୁ ସାରା ରାଜ୍ୟରେ ଜୋରଦାର ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ସୋମବାର ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହୋଇଯାଇଛି।

ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଅପରପକ୍ଷେ ଆସନ୍ତା ୨୫ତାରିଖ ଆଡ଼କୁ ପୂର୍ବ-କେନ୍ଦ୍ରୀୟ ତଥା ତତ୍‌ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ଫଳରେ ରାଜ୍ୟରେ ଆସନ୍ତା ୨୬ତାରିଖରୁ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ବୋଲି କେନ୍ଦ୍ର କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ