Masthead

କିଏ ହେବେ ମୁଖ୍ୟ ସୂଚନା କମିସନର ?

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ମୁଖ୍ୟ ସୂଚନା କମିସନର ପଦବି ଖାଲି ପଡ଼ିଛି । ଏହି ପଦବିରେ ନିଯୁକ୍ତି ପାଇଁ ଆଜି ଅପରାହ୍ନରେ ଚୟନ କମିଟି ବୈଠକ ବସିବ । ମୁଖ୍ୟ ସୂଚନା କମିସନର ସୁନିଲ ମିଶ୍ର ଗତ ମାସ ୧୫ ତାରିଖରେ ଅବସର ଗ୍ରହଣ କରିଥିଲେ। ତାହା ପୂର୍ବରୁ ଜୁନ୍ ମାସରେ ଏହି ପଦବିରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରାଯାଇଥିଲା । ଜୁଲାଇ ୩୧ ତାରିଖ ସୁଦ୍ଧା ଆଗ୍ରହୀ ବ୍ୟକ୍ତିମାନେ ଆବେଦନ କରିବାକୁ କୁହାଯାଇଥିଲା ।

ଆବେଦନ ପ୍ରକ୍ରିୟା ଶେଷ ହୋଇଥିଲେ ବି ଚୟନ କମିଟି ବୈଠକ ବସି ନ ଥିଲା। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟ୍‌ଫର୍ମରେ ହେବାକୁ ଥିବା ଏହି ବୈଠକରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ସାମିଲ ହେବେ ।

ଏ ବୈଠକରେ ଜଣଙ୍କ ନାମ ଚୂଡ଼ାନ୍ତ ହୋଇ ରାଜ୍ୟପାଳଙ୍କ ଅନୁମୋଦନ ନିମନ୍ତେ ପଠାଯିବ । ରାଜ୍ୟପାଳ ଅନୁମୋଦନ ଦେଲା ପରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ । ଏଥର ମୁଖ୍ୟ ସୂଚନା କମିସନର୍ ପଦବି ପାଇଁ ଦୁଇ ଜଣ ଆଇପିଏସ୍ ଅଫିସରଙ୍କ ନାମ ଚର୍ଚ୍ଚାର ଆଗରେ ରହିଛି । ଜଣେ ହେଲେ ଅଗ୍ନିଶମ ଡିଜି ଏମ୍ ଅକ୍ଷୟ ଓ ଅନ୍ୟ ଜଣେ ହେଲେ ତାମିଲନାଡ଼ୁର ପୂର୍ବତନ ଡିଜି ଜଳଦ କୁମାର ତ୍ରିପାଠୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ