Masthead

କିଏ ହେବେ ମୁଖ୍ୟ ସୂଚନା କମିସନର ?

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ମୁଖ୍ୟ ସୂଚନା କମିସନର ପଦବି ଖାଲି ପଡ଼ିଛି । ଏହି ପଦବିରେ ନିଯୁକ୍ତି ପାଇଁ ଆଜି ଅପରାହ୍ନରେ ଚୟନ କମିଟି ବୈଠକ ବସିବ । ମୁଖ୍ୟ ସୂଚନା କମିସନର ସୁନିଲ ମିଶ୍ର ଗତ ମାସ ୧୫ ତାରିଖରେ ଅବସର ଗ୍ରହଣ କରିଥିଲେ। ତାହା ପୂର୍ବରୁ ଜୁନ୍ ମାସରେ ଏହି ପଦବିରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରାଯାଇଥିଲା । ଜୁଲାଇ ୩୧ ତାରିଖ ସୁଦ୍ଧା ଆଗ୍ରହୀ ବ୍ୟକ୍ତିମାନେ ଆବେଦନ କରିବାକୁ କୁହାଯାଇଥିଲା ।

ଆବେଦନ ପ୍ରକ୍ରିୟା ଶେଷ ହୋଇଥିଲେ ବି ଚୟନ କମିଟି ବୈଠକ ବସି ନ ଥିଲା। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟ୍‌ଫର୍ମରେ ହେବାକୁ ଥିବା ଏହି ବୈଠକରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ସାମିଲ ହେବେ ।

ଏ ବୈଠକରେ ଜଣଙ୍କ ନାମ ଚୂଡ଼ାନ୍ତ ହୋଇ ରାଜ୍ୟପାଳଙ୍କ ଅନୁମୋଦନ ନିମନ୍ତେ ପଠାଯିବ । ରାଜ୍ୟପାଳ ଅନୁମୋଦନ ଦେଲା ପରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ । ଏଥର ମୁଖ୍ୟ ସୂଚନା କମିସନର୍ ପଦବି ପାଇଁ ଦୁଇ ଜଣ ଆଇପିଏସ୍ ଅଫିସରଙ୍କ ନାମ ଚର୍ଚ୍ଚାର ଆଗରେ ରହିଛି । ଜଣେ ହେଲେ ଅଗ୍ନିଶମ ଡିଜି ଏମ୍ ଅକ୍ଷୟ ଓ ଅନ୍ୟ ଜଣେ ହେଲେ ତାମିଲନାଡ଼ୁର ପୂର୍ବତନ ଡିଜି ଜଳଦ କୁମାର ତ୍ରିପାଠୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ