Masthead

ଜନ୍ମମାଟିରେ ସୁନାପୁଅ

ଅତାବିରା (ବଡ ଖବର ବ୍ୟୁରୋ): ଟୋକିଓ ପାରା ଅଲମ୍ପିକରେ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ଆଜି ନିଜ ଜନ୍ମମାଟିକୁ ଫେରିଛନ୍ତି । ବରଗଡ଼ ଜିଲ୍ଲା ଅତାବିରାକୁ ଆସିଛନ୍ତି ପ୍ରମୋଦ । ସ୍ବର୍ଣ୍ଣ ପଦକ ଜିତିବା ପରେ ଏହା ହେଉଛି ତାଙ୍କର ପ୍ରଥମ ଗସ୍ତ। ପ୍ରମୋଦ ନିଜ ଜନ୍ମମାଟିକୁ ଆସିବା ପରେ ଚାରିଆଡ଼େ ଖୁସିର ଲହରୀ ଖେଳିଯାଇଛି । ଅତାବିରା ସହରସାରା ବିଭିନ୍ନ ସଂଗଠନ ପକ୍ଷରୁ ସ୍ଵାଗତ ବାର୍ତ୍ତାର ବ୍ୟାନର ପୋଷ୍ଟର ଲଗାଯାଇଛି।

ପୁରୁଣା ସିନେମା ହଲ ପାଖ ପ୍ରମୋଦଙ୍କ ଭଡ଼ା ଘର ଫୁଲରେ ସଜାଯାଇଛି। ବିଭିନ୍ନ ସଂଗଠନ ପକ୍ଷରୁ ଅତାବିରା ଓ ଗୋଡ଼ଭଗା ଗାଁରେ ବ୍ୟାପକ ପ୍ରସ୍ତୁତି ଆୟୋଜନ କରାଯାଇଛି । ଟୋକିଓ ପାରା ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ପ୍ରମୋଦ । ଦେଶ ପାଇଁ ଆଣିଛନ୍ତି ସୁନା ପଦକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ