ଭି.ଆର ଚୌଧୁରୀ ହେଲେ ନୂଆ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ ସରକାର ଏୟାର ମାର୍ଶଲ ଭି.ଆର ଚୌଧୁରୀଙ୍କୁ ବାୟୁସେନାର ନୂଆ ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି । ତେବେ ବର୍ତ୍ତମାନ ବାୟୁସେନା ମୁଖ୍ୟ ଥିବା ଏୟାର ଚିଫ ମାର୍ଶଲ ଆ.କେ.ଏସ. ଭଦୌରିଆ ଚଳିତ ମାସ ୩୦ ତାରିଖରେ ଅବସର ନେଉଛନ୍ତି । ତେଣୁ ତାଙ୍କ ସ୍ଥାନରେ ଚୌଧୁରୀ ଅକ୍ଟୋବର ପହିଲାରୁ ନୂତନ କାର୍ଯ୍ୟଭାର ଗ୍ରହଣ କରିବେ ବୋଲି ସୂଚନା ମିଳିଛି ।

ଅନ୍ୟପଟେ ଚୌଧୁରୀଙ୍କର ୩୮ ବର୍ଷ କ୍ୟାରିୟରରେ ବିଭିନ୍ନ ଯୁଦ୍ଧବିମାନ ଏବଂ ପ୍ରଶିକ୍ଷକ ବିମାନ ଉଡାଇଛନ୍ତି । ମିଗ-୨୧, ମିଗ-୨୩ ଏମଏଫ, ମିଗ୨୯ ଏବଂ ସୁଖୋଇ-୩୦ ଏମକେଆଇ ଯୁଦ୍ଧ ବିମାନରେ କାର୍ଯ୍ୟକ୍ଷମ ଫ୍ଲାଇଙ୍ଗ ସହିତ ତାଙ୍କର ୩୮୦୦ ଘଣ୍ଟାରୁ ଅଧିକ ଉଡ଼ାଣର ଅଭିଜ୍ଞତା ରହିଛି । ଏହା ସହ ଚୌଧୁରୀ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’