Masthead

୨୪ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୪ରେ ଆଉ ଏକ ଲଘୁଚାପ । ୨୬ରୁ ବଢିବ ବର୍ଷା । ପାଣିପାଗ ବିଭାଗର ପୂର୍ବାନୁମାନ ହେଲା, ଆଗକୁ ଆହୁରି ବର୍ଷା ଅଛି । ଶୁକ୍ରବାର ବିଶେଷ ବର୍ଷା ହେବନି । ୨୫ରୁ ବର୍ଷା ବଢ଼ିବ । ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୪ ତାରିଖ ସନ୍ଧ୍ୟାବେଳକୁ ଲଘୁଚାପରେ ପରିଣତ ହେବ । ତା’ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମରେ ମୁହାଁଇ ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ଓଡ଼ିଶା ଉପକୂଳ ପାଖରେ ପହଞ୍ଚିବ ।

ଏହା ପ୍ରଭାବରେ ୨୬ରୁ ଓଡ଼ିଶାରେ ବର୍ଷା ପ୍ରକୋପ ବଢ଼ିବ । ପ୍ରବଳ ବର୍ଷା ଲାଗି ରହିବ । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହୋଇପାରେ । ଅନେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୨୬ରୁ ବର୍ଷା ପ୍ରକୋପ ଆହୁରି ବଢ଼ିଯିବ । ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଗଞ୍ଜାମରୁ ବାଲେଶ୍ୱର ପର୍ଯ୍ୟନ୍ତ ସମଗ୍ର ଉପକୂଳ ଓଡ଼ିଶାରେ ବର୍ଷା ଛେଚିବ । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ନୟାଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱରରେ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର