Masthead

ଫାର୍ମାସିଷ୍ଟ ଦେଖିପାରିବେ ରୋଗୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏଣିକି ଫାର୍ମାସିଷ୍ଟ ଦେଖିପାରିବେ ରୋଗୀ । ଡାକ୍ତରଙ୍କ ଅନୁପସ୍ଥିତିରେ ଦେଇପାରିବେ ଔଷଧ । ରାଜ୍ୟର ଯେଉଁ ସରକାରୀ ହସ୍ପିଟାଲରେ ଡାକ୍ତର ନାହାନ୍ତି, ସେଠାରେ ବୁଝାସୁଝା କରୁଥିବା ଫାର୍ମାସିଷ୍ଟ ରୋଗୀର ଚିକିତ୍ସା କରିପାରିବେ । ଏନେଇ ସରକାର ବିଧିବଦ୍ଧ ଅନୁମତି ଦେଇଛନ୍ତି । ଏଥିପାଇଁ ସେମାନେ କେଉଁ ରୋଗ ପାଇଁ କେଉଁ ଔଷଧ ଦେବେ ତାହାର ତାଲିକା ଜାରି କରିଛନ୍ତି। ଲକ୍ଷଣ ଯୁକ୍ତ ଜ୍ୱର ପାଇଁ ପାରାସିଟାମଲ, ଆଜିଥ୍ରୋମାସିନ୍, ସେଫିକ୍ୱଜାଇମ୍, ଆମୋକ୍ସିସିଲିନ୍ ମେଡିସିନ୍ ଦେଇପାରିବେ ।

ସେହିପରି ମ୍ୟାଲେରିଆ, ଚର୍ମରୋଗ, ଡାଇରିଆ ଓ ଅନ୍ୟ ରୋଗ ପାଇଁ ମଧ୍ୟ ଔଷଧ ତାଲିକା ଜାରି ହୋଇଛି । ଏହି ତାଲିକା ଅନୁସାରେ ଫାର୍ମାସିଷ୍ଟମାନେ ରୋଗୀଙ୍କୁ ଔଷଧ ଦେଇପାରିବେ । ବହୁ ପୂର୍ବରୁ ପଞ୍ଚାବ୍ୟାଧି ଚିକିତ୍ସାରେ ଫାର୍ମାସିଷ୍ଟମାନଙ୍କୁ ଟ୍ରେନିଂ ଦିଆଯାଇଥିଲା । ଯେଉଁଠି ଡାକ୍ତର ନଥିଲା, ସେଠାରେ ଔଷଧ ସୁପାରିଶ କରିବା ପାଇଁ ଫାର୍ମାସିଷ୍ଟମାନଙ୍କୁ କୁହାଯାଇଥିଲା । ସେତେବେଳେ ଗୋଟିଏ ରୋଗ ପାଇଁ ଦୁଇଟି ଔଷଧ ଥିଲା, ଏବେ ତିନୋଟି ଔଷଧ ଆସିଛି । ଡ୍ରଗ କଣ୍ଟ୍ରୋଲରଙ୍କ ପରାମର୍ଶ ନେଇ ଏହି ସଂଖ୍ୟା ବଢ଼ାଗଲା । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ