Masthead

ମନ୍ତ୍ରୀ, ବିଧାୟକଙ୍କ କୋଭିଡ୍ ନିୟମ ଉଲ୍ଲଘଂନ

ପୁରୀ(ବଡ଼ ଖବର ବ୍ୟୁରୋ): ବହୁ ବିଜେଡି ନେତା ଓ କର୍ମୀଙ୍କ ଉପସ୍ଥିତିରେ ରବିବାର ପୁରୀ ସ୍ୱର୍ଗଦ୍ୱାରରେ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା । ସେଠାରେ କୋଭିଡରେ ଆକ୍ରାନ୍ତ ଥିବା ଗଣଶିକ୍ଷା ମନ୍ତ୍ରୀ ତଥା ନିମାପଡା ବିଧାୟକ ସମୀର ରଞ୍ଜନ ଦାଶ ଏବଂ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ମଧ୍ୟ ଉପସ୍ଥିତ ଥିଲେ । ତେଣୁ ଦିବଂଗତ ପ୍ରିୟ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ସେଠାରେ ଥିବା ଅନ୍ୟ ବିଜେଡି ନେତା ଓ କର୍ମୀମାନେ ସଂକ୍ରମିତ ହେବାର ସମ୍ଭାବନା ରହିଛି ବୋଲି ଶ୍ରୀଜଗନ୍ନାଥ ସେନା ଅଭିଯୋଗ କରିଛି ।

ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ବିଧାୟକ ଉମାକାନ୍ତ ସାମନ୍ତରାୟ କୋଭିଡ ଆଇନ ଉଲ୍ଲଘଂନ କରିଥିବା ଅଭିଯୋଗରେ ସେନା ପକ୍ଷରୁ ପୁରୀ ସମୁଦ୍ରକୂଳ ଥାନାରେ ଏତଲା ଦିଆଯାଇଛି । ରଥଯାତ୍ରା କରିବା ଦାବିରେ ବଡଦାଣ୍ଡରେ ଦୀପ ଜାଳିଥିବା ଶ୍ରୀଜଗନ୍ନାଥ ସେନା ବିରୋଧରେ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଥିଲା । କୋଭିଡ ଆଇନ ଅନୁସାରେ ମାମଲା ରୁଜୁ ହୋଇଥିଲା ବୋଲି ଶ୍ରୀଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି । ଆଇନ ସମସ୍ତଙ୍କ ପାଇଁ ସମାନଥିବାରୁ ମନ୍ତ୍ରୀ ଓ ବିଧାୟକଙ୍କ ନାମରେ ମାଲା ରୁଜୁ କରିବାକୁ ସେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ମୌସୁମୀ…ତମେ କେଉଁଠି ଥିଲ, ଏତେ ଜଲଦି ଆସିଗଲ 🔴 ଏନକାଉଣ୍ଟର ପୂର୍ବରୁ ହାର୍ଡକୋର ମାଓନେତା ବାସବରାଜର ଶେଷ ଚିଠି 🔴 ଯାହାଙ୍କ ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି ତାଙ୍କଠୁ ସମ୍ମାନିତ ହେଉଛନ୍ତି 🔴 ଫରେଷ୍ଟରଙ୍କୁ ଗୁଳି କରି ପହତ୍ୟା 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ମୌସୁମୀ…ତମେ କେଉଁଠି ଥିଲ, ଏତେ ଜଲଦି ଆସିଗଲ 🔴 ଏନକାଉଣ୍ଟର ପୂର୍ବରୁ ହାର୍ଡକୋର ମାଓନେତା ବାସବରାଜର ଶେଷ ଚିଠି 🔴 ଯାହାଙ୍କ ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି ତାଙ୍କଠୁ ସମ୍ମାନିତ ହେଉଛନ୍ତି 🔴 ଫରେଷ୍ଟରଙ୍କୁ ଗୁଳି କରି ପହତ୍ୟା