Masthead

ପୂଜା ପାଇଁ ବିଏମସି ଗାଇଡଲାଇନ୍: ଦଶହରାରେ ଶ୍ରଦ୍ଧାଳୁଙ୍କୁ ମଣ୍ଡପ ମନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂଜା ମଣ୍ଡପକୁ ଶ୍ରଦ୍ଧାଳୁ ମନା । ଆସନ୍ତା ଦଶହରାକୁ ଦୃଷ୍ଟିରେ ରଖି ବିଏମସି ଜାରି କରିଛି ନୂଆ ଗାଇଡଲାଇନ । ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି । କୌଣସି ବି ପୂଜା ମଣ୍ଡପରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇପାରିବ ନାହିଁ । ଏହାସହିତ ମେଢ଼ ବିସର୍ଜନ ପାଇଁ ଭସାଣୀ ଶୋଭାଯାତ୍ରା ହୋଇପାରିବ ନାହିଁ। କୌଣସି ପରିସ୍ଥିତିରେ ପୂଜା ମଣ୍ଡପରେ ଏକସଙ୍ଗେ ୭ଜଣରୁ ଅଧିକ କମିଟି ସଦସ୍ୟ ଉପସ୍ଥିତ ରହିବେ ନାହିଁ ବୋଲି ବିଏମସି ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

ପୂଜା କମିଟି ଓ ଆୟୋଜକମାନେ ପୂଜା ମଣ୍ଡପ ବା ପେଣ୍ଡାଲରେ କରୋନା ନିୟମକୁ କଡ଼ାକଡ଼ି ପାଳନ କରିବେ। ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ଓ ସାନିଟାଇଜେସନ୍ ନିୟମକୁ ପାଳନ କରିବା ସହ ପୁଲିସ କମିଶନରଙ୍କଠୁ ପୂଜା ମଣ୍ଡପ ନିମନ୍ତେ ଅନୁମତି ନେବେ। ସେହିପରି ପୂଜା ବେଶୀ ଆଡ଼ମ୍ବରପୂର୍ଣ୍ଣ ହେବ ନାହିଁ। ଅର୍ଥାତ୍ ବେଶି ଜାକଜମକରେ ପୂଜା ଆୟୋଜନ କରାଯିବ ନାହିଁ । କେବଳ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହେବ। ବିଏମସି ଅଞ୍ଚଳର ପୂଜା ମଣ୍ଡପରେ ତିନିପଟ ଅବଦ୍ଧ ରହିବ । ମା’ଙ୍କ ମୂର୍ତ୍ତିର ଉଚ୍ଚତା ସର୍ବାଧିକ ୪ଫୁଟ ରହିବ। ସେହିପରି ଭସାଣି ଅନୁମତି ଦିଆଯିବ ନାହିଁ । ବିସର୍ଜନ ପାଇଁ ବିଏମସି ପକ୍ଷରୁ କୃତ୍ରିମ ପୋଖରୀ ସୃଷ୍ଟି କରାଯିବ। ବିସର୍ଜନବେଳେ ସର୍ବାଧିକ ୧୦ଜଣ ଲୋକଙ୍କୁ ଏକଜୁଟ ହେବାକୁ ଅନୁମତି ଦିଆଯାଉଥିବାରୁ ମୂର୍ତ୍ତିର ଉଚ୍ଚତା ଓ ଓଜନକୁ ସୀମିତ ରଖିବାକୁ ବିଏମସି କମିଶନର ପରାମର୍ଶ ଦେଇଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ