୨୫ରୁ ୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମିଆଁମାରରେ ସୃଷ୍ଟି ହେଲା ଲଘୁଚାପ । ୨୫ରୁ ୩ ଯାଏଁ ପ୍ରବଳ ବର୍ଷିବ । ଲଘୁଚାପ ଆଣିପାରେ ବନ୍ୟା । ମିଆଁମାର୍‌ ୟାଙ୍ଗନ୍‌ ସହରର ଦକ୍ଷିଣ ଉପକୂଳ‌ରେ ଗୁରୁବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ରାଜ୍ୟରେ ୩ ଦିନ ଧରି ବର୍ଷା ଲାଗିରହିବ। ଏହା ପ୍ରଭାବରେ ଆସନ୍ତା ୨୫ରୁ ୨୮ତାରିଖ ପର୍ଯ୍ୟନ୍ତ ରାଜ୍ୟ‌ର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ।

ଭୁବନେଶ୍ବର ଆଞ୍ଚଳିକ ପଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ୨୫ ତାରିଖ ଅପରାହ୍ନରୁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇଯିବ। ୨୬ ତାରିଖ ଦିନ ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲା‌ରେ ବର୍ଷା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ