ଆସୁଛି ବାତ୍ୟା !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ଓଡ଼ିଶାକୁ ମାଡ଼ିଆସୁଛି ବାତ୍ୟା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅବପାତ ରୂପ ନେଇଛି । ୨୫ ତାରିଖ ଦିନ ୧୨ଟାରେ ଏହା ସାଇକ୍ଲୋନିକ ଷ୍ଟର୍ମର ରୂପ ନେବ ବୋଲି ସୂଚନା ମିଳିଛି । ତେବେ ବାତ୍ୟାର ସର୍ବାଧିକ ପ୍ରଭାବ ୨୬ ଓ ୨୭ ତାରିଖରେ ଅନୁଭୂତ ହେବ । ୨୬ ତାରିଖ ସଂଧ୍ୟା ସୁଦ୍ଧା ଏହା ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ।

ଏହି ସମୟରେ ପବନର ବେଗ ୭୦ ରୁ ୮୦ କିଲୋମିଟର ରହିପାରେ । ପ୍ରବଳ ବର୍ଷା ଓ ବନ୍ୟାକୁ ଆଖି ଆଗରେ ରଖି ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ୨୭ ତାରିଖରେ ବାତ୍ୟା ଦୁର୍ବଳ ହୋଇ ପୁଣି ଅବପାତ ହେବ। ଏହାପରେ ମାଲକାନଗିରି ଦେଇ ଛତିଗଡ଼ ଅଭିମୁଖେ ଅଗ୍ରସର କରିବ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ