ସମ୍ଭାବ୍ୟ ବାତ୍ୟା ପାଇଁ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସମ୍ଭାବ୍ୟ ବାତ୍ୟା ନେଇ ଛୁଟି ବାତିଲ ଘୋଷଣା କରାଯାଇଛି । ଗଜପତି ଜିଲ୍ଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ଆସନ୍ତା ୨୫ ଓ ୨୬ ତାରିଖରେ କେହି ଛୁଟିରେ ରହିପାରିବେନି । ଏ ନେଇ ଗଜପତି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଜରୁରି ପରିସ୍ଥିତିର ସାମ୍ନା ପାଇଁ ଅଫିସର ମାନେ ହେଡକ୍ୱାଟର୍ସରେ ଉପସ୍ଥିତ ରହିବେ । ସେ ଆହୁରି କହିଛନ୍ତି ଯେ ବିନା ଅନୁମତିରେ କେହି ହେଡକ୍ୱାଟର୍ସ ଛାଡିବେ ନାହିଁ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି ।

ସେପଟେ ବାତ୍ୟା ନେଇ ଜିଲ୍ଲାବାସୀଙ୍କୁ ଗଞ୍ଜାମ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ଯେ ସମସ୍ତଙ୍କୁ ସତର୍କ ଓ ସଚେତନ ରହିବାକୁ ହେବ । ସେ କହିଛନ୍ତି , ଆସନ୍ତା ୨୬ ଓ ୨୭ ତାରିଖ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ । ଏହି ୨ ଦିନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୫୦ ରୁ ୬୦ କିମି ବେଗରେ ପବନ ବୋହିବା ନେଇ ଆକଳନ କରାଯାଉଛି ।

ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ କହିଛନ୍ତି ଯେ ସମ୍ଭାବ୍ୟ ବାତ୍ୟାକୁ ନେଇ ଏକ ବୈଠକ କରାଯାଇଥିଲା । ଏହି ବୈଠକର ଆଲେଚନା ପରେ ବ୍ଲକ ସ୍ତରରେ ଟିମ ଗଠନ କରାଯାଇଛି । ଜିଲ୍ଲାର ସମସ୍ତ ତହସିଲଦାର ଓ ବିଡିଓଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ତଳିଆ ଓ ପାହାଡିଆ ଆଞ୍ଚଳର ଲେକଙ୍କୁ ନିରାପତା ସ୍ଥାନକୁ ଯିବାକୁ କୁହାଯାଇଛି । ତେବେ ସମ୍ଭାବ୍ୟ ପ୍ରବଳ ବର୍ଷା ଯୋଗୁ ଧାନ ଫସଲ ନଷ୍ଟ ହେବାର ସମ୍ଭବନା ରହିଛି । ଏପରି କ୍ଷୟକ୍ଷତିର ଆକଳନ କରିବା ପାଇଁ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି । ବାତ୍ୟା ନେଇ ଗୋପାଳପୁର ଓ ସୋନପୁର ବିଚ୍ ନ ଯିବାକୁ ପରାମର୍ଶ ଦିଆଯାଇଛି । ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ସମସ୍ତଙ୍କୁ ସତର୍କ ଓ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ