Masthead

ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସରକାରୀ ସହାୟତା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ଗତକାଲି ମହାନଦୀ ମୁଣ୍ଡଳିରେ ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ଟିମର ବୋଟ ଓଲଟି ପଡିଥିଲା । ଫଳରେ ବୋଟ ଦୁର୍ଘଟଣାରେ ଓଟିଭିର ଚିଫ ରିପୋର୍ଟର ଅରିନ୍ଦମ ଦାସ ପ୍ରାଣ ହରାଇଥିଲେ । ତେବେ ଆଜି ଅରିନ୍ଦମ ଦାସଙ୍କ ପରିବାର ପାଇଁ ସହାୟତା ଘୋଷଣା କରିଛନ୍ତି ରାଜ୍ୟସରକାର । ଅରିନ୍ଦମଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ଆଜି୍ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନଓ ମଙ୍ଗରାଜ ଟୁଇଟ କରି ସୂଚନା ଦେଇଛନ୍ତି । ତେବେ ଓଡିଶା ୱାର୍କିଂ ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ଏହି ଅର୍ଥ ମଞ୍ଜୁର କରାଯାଇଥିବା ସେ କହିଛନ୍ତି ।

ଗତକାଲି ଓଟିଭି ପକ୍ଷରୁ ମଧ୍ୟ ଅରିନ୍ଦମଙ୍କ ପରିବାର ପାଇଁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଥିଲା । ଓଟିଭିର ଏମଡି ଜଗି ମଙ୍ଗଦ ପଣ୍ଡା ଗତକାଲି ଏ ନେଇ ଘୋଷଣା କରିଥିଲେ । ସୂଚନା ଅନୁଯାୟୀ, ଆଜି ସକାଳେ ପୈତୃକ ଗାଁ କେନ୍ଦୁଝର ଜିଲ୍ଲା ରାଜନଗର ପଞ୍ଚାୟତର ରାଇକଳାରେ ଅରିନ୍ଦମଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ