Masthead

ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସରକାରୀ ସହାୟତା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ଗତକାଲି ମହାନଦୀ ମୁଣ୍ଡଳିରେ ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ଟିମର ବୋଟ ଓଲଟି ପଡିଥିଲା । ଫଳରେ ବୋଟ ଦୁର୍ଘଟଣାରେ ଓଟିଭିର ଚିଫ ରିପୋର୍ଟର ଅରିନ୍ଦମ ଦାସ ପ୍ରାଣ ହରାଇଥିଲେ । ତେବେ ଆଜି ଅରିନ୍ଦମ ଦାସଙ୍କ ପରିବାର ପାଇଁ ସହାୟତା ଘୋଷଣା କରିଛନ୍ତି ରାଜ୍ୟସରକାର । ଅରିନ୍ଦମଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ଆଜି୍ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନଓ ମଙ୍ଗରାଜ ଟୁଇଟ କରି ସୂଚନା ଦେଇଛନ୍ତି । ତେବେ ଓଡିଶା ୱାର୍କିଂ ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ଏହି ଅର୍ଥ ମଞ୍ଜୁର କରାଯାଇଥିବା ସେ କହିଛନ୍ତି ।

ଗତକାଲି ଓଟିଭି ପକ୍ଷରୁ ମଧ୍ୟ ଅରିନ୍ଦମଙ୍କ ପରିବାର ପାଇଁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଥିଲା । ଓଟିଭିର ଏମଡି ଜଗି ମଙ୍ଗଦ ପଣ୍ଡା ଗତକାଲି ଏ ନେଇ ଘୋଷଣା କରିଥିଲେ । ସୂଚନା ଅନୁଯାୟୀ, ଆଜି ସକାଳେ ପୈତୃକ ଗାଁ କେନ୍ଦୁଝର ଜିଲ୍ଲା ରାଜନଗର ପଞ୍ଚାୟତର ରାଇକଳାରେ ଅରିନ୍ଦମଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା