Masthead

ସହିଦ ସୀତାରାମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମିଳିଲା ନିଖୋଜ ସୀତାରାମ ମୁର୍ମୂଙ୍କର ମୃତ ଦେହ । ଦୀର୍ଘ ଘଣ୍ଟାର ସର୍ଚ୍ଚ ଅପରେସନ ପରେ ଶେଷରେ ନିଖୋଜ ଓଡ୍ରାଫ ଯବାନଙ୍କ ମୃତ ଦେହକୁ ଉଦ୍ଧାର କରାଯାଇଛି । ଚୌଦାର ଥାନା କଖଡ଼ି ମାହଳାପଡ଼ା ଘାଟ ନିକଟରୁ ମିଳିଛି ଯବାନଙ୍କ ମୃତ ଦେହ । ମହାନଦୀର ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ରକ୍ଷା କରିବା ପାଇଁ ଆରମ୍ଭ ହୋଇଥିଲା ଅପରେସନ ଗଜରାଜ । ଏହି ଅପରେସନ ସମୟରେ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ମୃତ୍ୟୁ ହୋଇଥିଲାବେଳେ ଜଣେ ଓଡ୍ରାଫ ଯବାନ ନିଖୋଜ ଥିବାର କଥା ସାମ୍ନାକୁ ଆସିଥିଲା ।

ଏନେଇ ୩ଟି ଓଡ୍ରାଫ ଟିମ ଖୋଜାଖୋଜି ଆରମ୍ଭ କରିଥିଲେ । ହେଲେ ଦୁଇଜଣ ଗାଁ ଲୋକ ସୀତାରାମଙ୍କର ମୃତ ଦେହକୁ ଉଦ୍ଧାର କରିଥିବାର ସୂଚନା ମିଳିଛି । ପ୍ରଥମେ ନରାଜ ନିକଟରୁ ଏକ ମୃତ ଦେହ ଉଦ୍ଧାର କରାଯାଇଥିଲା । ତାହା ଓଡ୍ରାଫ ଯବାନଙ୍କର ବୋଲି ସନ୍ଦେହ କରାଯାଉଥିଲା । ପରେ ତାହା ତାଙ୍କର ମୃତଦେହ ନୁହେଁ ବୋଲି ଏସଆରସି ସ୍ପଷ୍ଟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ