ବାତ୍ୟାକୁ ଦୃଷ୍ଟିରେ ରଖି ଜାରି ହେଲା ଟୋଲ ଫ୍ରି’ ନମ୍ବର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାଡ଼ି ଆସୁଛି ବାତ୍ୟା । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ତଟପକ୍ଷୀ ବାହିନୀ ପକ୍ଷରୁ ଜରୁରୀକାଳୀନ ସହାୟତା ଲାଗି ଟୋଲ ଫ୍ରି ନମ୍ବର-୧୫୫୪ ଜାରି ହୋଇଛି । ଏହା ସହ ସମୁଦ୍ରକୁ ମତ୍ସଜୀବିମାନଙ୍କୁ ଯିବା ପାଇଁ ବାରଣ କରାଯାଇଛି । ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ଥିବା ତଟରକ୍ଷୀ ବାହିନୀର କାର୍ଯ୍ୟାଳୟ ସମେତ ଜାହାଜ, ଡୋର୍ନିୟର ବିମାନ ଏବଂ ଯବାନମାନଙ୍କୁ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ୟପଟେ ଭାରତୀୟ ପାଣିପାଗ କାର୍ୟ୍ୟାଳୟର ପୂର୍ବାନୁମାନ ଅନୁସାରେ ବାତ୍ୟାଟି ଆସନ୍ତାକାଲି ସ୍ଥଳଭାଗ ଛୁଇଁବ। ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ନିକଟରେ ଲ୍ୟାଣ୍ଡଫଲ୍ କରିବ ବୋଲି ଆକଳନ କରାଯାଇଛି। ଏହାର ପ୍ରଭାବରେ ଆମ ରାଜ୍ୟର ୭ଟି ଜିଲ୍ଲାରେ ଅଧିକ ବର୍ଷା ଓ ପବନ ହେବା ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ