Masthead

ମାଡ଼ି ଆସୁଛି ‘ଗୁଲାବ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ମାଡି ଆସୁଛି ସାମୁଦ୍ରିକ ଝଡ଼ ‘ଗୁଲାବ’ । ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି । ଏହାର ପ୍ରଭାବରେ ଆନ୍ଧ୍ର ଏବଂ ଓଡିଶା ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏହା ବଙ୍ଗୋପସାଗରର ଉତ୍ତରପଶ୍ଚିମ ଦିଗରେ, ଗୋପାଳପୁରଠାରୁ ୩୧୦କିଲୋମିଟର ଏବଂ କଳିଙ୍ଗପଟନମ୍ ଠାରୁ ୪୪୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି । ବାତ୍ୟା ‘ଗୁଲାବ’ ଘଣ୍ଟା ପ୍ରତି ୭ କିମି ବେଗରେ ସ୍ଥଳଭାଗକୁ ଗତି କରୁଛି।ଏହା ଅପରାହ୍ନ ୧୨ଟାରୁ ୩ଟା ମଧ୍ୟରେ ଗୋପାଳପୁରର ଦକ୍ଷିଣ ଏବଂ କଳିଙ୍ଗପଟନମର ଉତ୍ତରରେ ସ୍ଥଳଭାଗ ଅତିକ୍ରମ କରିବ ।

ଲ୍ୟାଣ୍ଡଫଲ ସମୟରେ ପବନର ବେଗ ଘଣ୍ଟାପ୍ରତି ୭୫ରୁ ୮୫କିଲୋମିଟର ରହିବ । ଲ୍ୟାଣ୍ଡଫଲ ସମୟରେ ଶ୍ରୀକାକୁଲମ ବିଜୟନଗରମ୍ ଏବଂ ଗଞ୍ଜାମ ଉପକୂଳରେ ସମୁଦ୍ର ଜୁଆରିଆ ରହିବ । ଦକ୍ଷିଣ ଓଡିଶାର ୭ ଜିଲ୍ଲାରେ ଏହାର ପ୍ରଭାବ ଅଧିକ ପଡିବ। ସମ୍ଭାବିତ ବାତ୍ୟା ନେଇ ଗଂଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଂଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳକୁ ସତର୍କ ସୂଚନା ଜାରି କରିଛି । ଗଞ୍ଜାମ ଏବଂ ଗଜପତି ପାଇଁ ପ୍ରବଳ ବର୍ଷା ନେଇ ସର୍ବାଧିକ ଆଲର୍ଟ ଜାରି କରାଯାଇଛି ।

ଏହାକୁ ଦୃଷ୍ଟିରେ ରଖି ପାରଦ୍ବୀପ, ଗୋପାଳପୁର, ଧାମରା ଆଦି ବନ୍ଦରରେ ୩ ନଂ. ବିପଦ ସଙ୍କେତ ଦିଆଯାଇଛି। ପ୍ରଭାବିତ ଜିଲ୍ଲାରେ ଏନଡିଆରଏଫ , ଓଡ୍ରାଫ ଏବଂ ଫାୟାର ଟିମ୍ ମୁତୟନ ହୋଇଛନ୍ତି। ଓଡ୍ରାଫରେ ୪୨ ଓ ଏନ୍ ଡିଆର୍ ଏଫ୍ ରେ ୨୪ଟି ଦଳ ମୁତୟନ ହୋଇଛନ୍ତି। ଗଜପତିର ୧୫ଟି ଗାଁର ୫୮୬ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ପୂର୍ବତନ ରେଳୱେ ୨୬ଏବଂ ୨୭ ତାରିଖ ଲାଗି ୨୮ଟି ଟ୍ରେନ୍ ବାତିଲ କରାଯାଇଛି । ୭ଟି ଜିଲାର ଜିଲାପାଳ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ଏସଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି