Masthead

ଗଞ୍ଜାମ ମୁହାଁ ‘ଗୁଲାବ’

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଆସୁଛି ବାତ୍ୟା ଗୁଲାବ । ଘଣ୍ଟା ପ୍ରତି ବେଗ ୭ କିମି । ସନ୍ଧ୍ୟା ସୁଦ୍ଧା କଳିଙ୍ଗପଟ୍ଟନମରୁ ଗୋପାଳପୁର ମଧ୍ୟରେ ଲ୍ୟାଣ୍ଡଫଳ କରିବ । ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ପବନର ବେଗ କମ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ଗଜପତି, ଗଞ୍ଜାମ ଜିଲ୍ଲାରେ ଝିପଝିପ ବର୍ଷା ଆରମ୍ଭ ହୋଇଛି ।

ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଗଭୀର ଅବପାତ ଏବେ ବାତ୍ୟାର ରୂପ ନେଇଛି । ସମୁଦ୍ର ଭିତରେ ବାତ୍ୟା ଏବେ ଘଣ୍ଟା ପ୍ରତି ୭କିଲୋମିଟର ବେଗରେ ଉତରପଶ୍ଚିମ ଦିଗରେ ଗତି କରୁଛି । ଏହା ଗୋପାଳପୁରଠାରୁ ୩୧୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ ଓ ଆନ୍ଧ୍ରର କଳିଙ୍ଗପଟ୍ଟନମଠାରୁ ୪୪୦ କିଲୋମିଟର ଦୂର ପୂର୍ବରେ ରହିଛି । ରବିବାର ଦିନ ୭ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ