Masthead

୯ଟାରୁ ୧୦ଟା ମଧ୍ୟରେ ‘ଗୁଲାବ’ର ଲ୍ୟାଣ୍ଡଫଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାତି ୯ ଟାରୁ ୧୦ ଟା ମଧ୍ୟରେ ଆରମ୍ଭ ହେବ ବାତ୍ୟା ଗୁଲାବର ଲ୍ୟାଣ୍ଡଫଲ ପ୍ରକ୍ରିୟା । ଏହି ପ୍ରକ୍ରିୟା ୩ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଚାଲିବ। ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୭୦ ରୁ ୮୦ ଏବଂ ଝଟକା ପବନ ଘଣ୍ଟାପ୍ରତି ସର୍ବାଧିକ ୯୫ ପର୍ୟ୍ୟନ୍ତ ରହିବ। ଲ୍ୟାଣ୍ଡଫଲ ସମୟରେ ଗଞ୍ଜାମ ଓ ଗଜପତି ବିଶେଷ ପ୍ରଭାବିତ ହେବ । ଏହି ଜିଲ୍ଲାରେ ଘଣ୍ଟାପ୍ରତି ୭୫ ରୁ ୮୫ କିଲୋମିଟର ରହିବ ପବନର ବେଗ । ସାଇକ୍ଲୋନର ବ୍ୟାସାର୍ଦ୍ଧ ଉତ୍ତର -ଦକ୍ଷିଣ ମଧ୍ୟରେ ୧୭୨ କିଲୋମିଟର ରହିଥିବା ବେଳେ ପୂର୍ବ-ପଶ୍ଚିମ ମଧ୍ୟରେ ୧୨୫ କିଲୋମିଟର ରହିଛି ସାଇକ୍ଲୋନର ବ୍ୟାସାର୍ଦ୍ଧ ।

ବାତ୍ୟା ପ୍ରଭାବରେ ଆକସ୍ମିକ ବନ୍ୟା, ଭୂସ୍ଖଳନ ହେବାର ସମ୍ଭାବନା ରହିଛି। ପୁରୀ,ଖୋର୍ଦ୍ଧା, ନବରଙ୍ଗପୁର,ରାୟଗଡା,କନ୍ଧମାଳ, କୋରାପୁଟ,ମାଲକାନାଗିରିରେ ବି ପବନର ବେଗ ୪୫ ରୁ ୫୫ ରହିବ। କିନ୍ତୁ ସମୟେ ସମୟେ ୬୫ ରହିବ ଝଟକା ପବନ। ଲ୍ୟାଣ୍ଡଫଲର ୧୨ ଘଣ୍ଟା ପର୍ୟ୍ୟନ୍ତ ଅବପାତ ରୂପରେ ରହିବ ଗୁଲାବ୍। ଏହାର ପ୍ରଭାବରେ ଆସନ୍ତା କାଲିମଧ୍ୟ ଉପକୂଳ ଓଡିଶାରେ ବର୍ଷା ଜାରି ରହିବ। ବର୍ତ୍ତମାନ ସୁଦ୍ଧା ଚାନ୍ଦବାଲିରେ ସର୍ବାଧିକ ୨୧ ମିମି ରେକର୍ଡ ହୋଇଛି ବର୍ଷା। ଏବେ ଗୋପାଳପୁର ଠାରୁ ୨୭୦କିଲୋମିଟର ଏବଂ କଳିଙ୍ଗପାଟନମ୍ ଠାରୁ ୩୩୦ କିଲୋମିଟର ଦୂରରେ ରହିଛି ବାତ୍ୟା ଗୁଲାବ୍। ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୦ କିଲୋମିଟର ବେଗରେ ସ୍ଥଳଭାଗ ଆଡକୁ ମୁହାଁଇଛି ବାତ୍ୟା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା