Masthead

୧୧ ଜିଲ୍ଲାରେ ସ୍କୁଲ ବନ୍ଦ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ବାତ୍ୟା ‘ଗୁଲାବ’ ସ୍ଥଳଭାଗ ଛୁଇଁବା ପରେ ଭୟଙ୍କର ରୂପ ନେଇପାରେ । ତେବେ ଏହାକୁ ଦୃଷ୍ଟିରେ ରଖି ବନ୍ଦ ୧୧ଟି ଜିଲ୍ଲାରେ ଆସନ୍ତାକାଲି ସ୍କୁଲ୍ ଓ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ସ୍ଥିତି ନେଇ ଆଜି ନୂଆଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସିଂରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପ୍ରଭାବିତ ୧୧ ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପରବର୍ତ୍ତୀ ସମୟରେ ଜିଲ୍ଲାପାଳମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସମ୍ପର୍କରେ ନିଷ୍ପତ୍ତି ନେବେ।

ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ମାଲକାନଗିରି, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆସନ୍ତାକାଲି ସ୍କୁଲ ଓ ଅନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ମଙ୍ଗଳବାର ଦିନ ସ୍ଥିତିକୁ ବିଚାର କରି ଜିଲ୍ଲାପାଳମାନେ ସ୍କୁଲ୍ ଓ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲା ରହିବ ନା ବନ୍ଦ କରାଯିବା ଉଚିତ୍, ସେ ନିଷ୍ପତ୍ତି ନେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା