Masthead

ରାତି ୮ରୁ ଲ୍ୟାଣ୍ଡଫଲ୍

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ରାତି ୮ ଟାରୁ ଆରମ୍ଭ ହେବ ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା । ମଧ୍ୟରାତ୍ର ସୁଦ୍ଧା ଶେଷ ହେବ ଅବତରଣ ପ୍ରକ୍ରିୟା। ଗୋପାଳପୁରର ନିକଟତର ହେଉଛି ବାତ୍ୟା ଗୁଲାବ । ପାଣିପାଗ ବିଭାଗର ଅପଡେଟ ଯାହା ରହିଛି ଏବେ ଗୋପାଳପୁର ଠାରୁ ପୂର୍ବ ଦକ୍ଷିଣ ପୂର୍ବ ଦିଗକୁ ୧୦୦ କିଲୋମିଟର ଦୂରରେ ରହିଛି ଗୁଲାବ । ସେହିପରି କଳିଙ୍ଗପଟନମର ପୂର୍ବ ଓ ଉତ୍ତର ପୂର୍ବ ଦିଗକୁ ୧୦୫ କିଲୋମିଟର ଦୂରରେ ରହିଛି ଗୁଲାବ । ୨୪ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା । କଳିଙ୍ଗପଟନମ ଏବଂ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ତାଜା ବୁଲେଟିନ ମୁତାବକ, ସନ୍ଧ୍ୟା ସମୟରେ ଆରମ୍ଭ ହେବ ‘ବାତ୍ୟା ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହେବ । ଲ୍ୟାଣ୍ଡଫଲ ପ୍ରଭାବରେ ପବନର ବେଗ ୭୫ରୁ ୮୫ କିଲୋମିଟର ରହିବ । ସମୟ ସମୟରେ ୯୫ କିଲୋମିଟର ବେଗରେ ଝଟକା ଅନୁଭୁତ ହେବ । ଏହାର ପ୍ରଭାବ ଗଜପତି ଓ ଗଂଜାମ ଉପରେ ପବନ ର ବେଗ ଅଧିକ ରହିବ ।ଗୋପାଳପୁର ବନ୍ଦର ପାଇଁ ବିପଦ ସଂକେତ ୭ , ପୁରୀ ପାଇଁ ବିପଦ ସଂକେତ ୬ ଓ ପାରାଦ୍ୱୀପ ଏବଂ ଧାମରା ବନ୍ଦର ଗୁଡିକ ପାଇଁ ବିପଦ ସଂକେଟ ୩ ଜାରି କାରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’