Masthead

ମାଡ଼ି ଆସୁଛି ଗୁଲାବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାଡ଼ି ଆସୁଛି ଗୁଲାବ । ସନ୍ଧ୍ୟା ୬ ପୂର୍ବରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । କଳିଙ୍ଗପଟ୍ଟନମ ଓ ଗୋପାଳପୁର ମଧ୍ୟ ଦେଇ ଗତି କରିବ ଗୁଲାବ । ୧୧ଟି ଜିଲ୍ଲାରେ ଗୁଲାବର ଅଧିକା ପ୍ରଭାବ ରହିବ । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୯୫ କିମି ପର୍ଯ୍ୟନ୍ତ ପବନ ବୋହିବ ବୋଲି ସୂଚନା ମିଳିଛି । ଏଥି ପାଇଁ ଏସବୁ ଜିଲ୍ଲାର ଲୋକମାନଙ୍କୁ ପାହାଡ଼ିଆ ଅଞ୍ଚଳରେ ଥିବା ଗୁମ୍ପା ଓ ସମ୍ବେଦନଶୀଳ ସ୍ଥାନରେ ଆଶ୍ରୟ ନ ନେବା ପାଇଁ ପରାମର୍ଶ ଦିଆଯାଇଛି । ବାତ୍ୟା ପ୍ରଭାବରେ ଓଡ଼ିଶାରେ ଘଣ୍ଟା ପ୍ରତି ୮୦ରୁ ୯୫ କିମି ପର୍ଯ୍ୟନ୍ତ ପବନ ବୋହିବା ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୁଖ୍ୟତଃ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଏହାର ପ୍ରଭାବ ଅଧିକ ରହିବ ।

ସେପଟେ ବାତ୍ୟାର ମୁକାବିଲା ପାଇଁ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି । ଏନେଇ ୪୨ଟି ଓଡ୍ରାଫ ଟିମ, ୨୪ଟି ଏନଡିଆରଏଫ ଟିମ ଓ ୧୦୩ଟି ଅଗ୍ନିଶମ ଦଳକୁ ମୁତୟନ କରାଯାଇଛି । ଅନ୍ୟପଟେ ଗଜପତିରେ ଭୂସ୍କଳନ ହୋଇଥିବାର କଥା ସାମ୍ନାକୁ ଆସିଥିଲା । ଭୂସ୍କଳନ ଯୋଗୁଁ ଗଜପତି ଗୁମ୍ମା ବ୍ଲକରେ ମାଟି ଧସି ରାସ୍ତା ଅବରୋଧ ହୋଇଥିଲା । ଏହା ପୂର୍ବରୁ ୨୦୧୮ ମସିହାରେ ତିତିଲି ବାତ୍ୟା ସମୟରେ ମଧ୍ୟ ଗଜପତି ଜିଲ୍ଲାରେ ଭୂସ୍କଳନ ହୋଇଥିଲା । ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଭଦ୍ରକ, ବାଲେଶ୍ୱର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏସବୁ ଜିଲ୍ଲାରେ ୱେଲୋ ୱାର୍ଣିଂ ଜାରି କରାଯାଇଛି ।

ଅନ୍ୟପଟେ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ମୋଟ ୧୧ଟି ଜିଲ୍ଲାରେ ଆସନ୍ତାକାଲି ସ୍କୁଲ ଓ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡ଼ିକ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବାତ୍ୟା ୟାସ ପରବର୍ତ୍ତୀ ସମୟରେ ଯେପରି ପ୍ରଭାବିତ ଅଞ୍ଚଳ ମାନଙ୍କରେ କୋଭିଡ଼ ସଂଖ୍ୟା ବୃଦ୍ଧି ଘଟିଥିଲା । ଏହାକୁ ଦୃଷ୍ଟିରେ ରଖି ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ କୋଭିଡ଼ ନିୟମାବଳୀକୁ କଡ଼ାକଡ଼ା ଭାବରେ ପାଳନ କରାଯାଉଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!