ସଂଧ୍ୟା ୬ଟାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ମାଡି ଆସୁଛି ବାତ୍ୟା ଗୁଲାବ । ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଗୁଲାବ’ ଉପକୂଳକୁ ମାଡି ଆସୁଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ , ଆଜି ସଂଧ୍ୟା ୫ଟା ସୁଦ୍ଧା ଏହା ଗୋପ।ଳପୁରଠୁ ୯୫ କିମି ଓ ଆନ୍ଧ୍ରର କଳିଙ୍ଗପଟ୍ଟନମ ଠାରୁ ୮୫ କିମି ଦୂରରେ ରହିଛି । ଗତ ୩ ଘଣ୍ଟାରେ ଏହା ଘଣ୍ଟା ପ୍ରତି ୨୫ କିମି ବେଗରେ ଅଗ୍ରସର ହେଉଛି । ତେବେ ସଂଧ୍ୟା ୬ଟାରୁ ଗୁଲାବ ଲ୍ୟାଣ୍ଡ ଫଲ କରିବ । ସ୍ଥଳଭାଗ ଛୁଇଁବା ପରେ ପବନର ବେଗ ଘଣ୍ଟାକୁ ୭୫ରୁ ୮୫ କିଲୋମିଟର ରହିବା ନେଇ ସୂଚନା ।

ସେପଟେ ରାଜ୍ୟର ୧୧ଟି ଜିଲ୍ଲାରେ ବାତ୍ୟା ଗୁଲାବର ପ୍ରଭାବ ପଡିପାରେ । ସେହି ଜିଲ୍ଲାଗୁଡିକ ହେଲା- ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, ଖୋର୍ଦ୍ଧା, ପୁରୀ, ନୟାଗଡ,କନ୍ଧମାଳ ଓ କଳାଣ୍ଡିରେ ପ୍ରଭାବ ପକାଇବା ନେଇ ସୂଚନା । ଏ ନେଇ ୧୧ଟି ଜିଲ୍ଲାପାଳଙ୍କ ସହିତ ଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା ବୈଠକ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’