Masthead

ନ୍ୟାୟପାଳିକାରେ ମହିଳାଙ୍କୁ ୫୦ ପ୍ରତିଶତ ସଂରକ୍ଷଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ନ୍ୟାୟପାଳିକାରେ ମହିଳାମାନଙ୍କ ନିମନ୍ତେ ୫୦ ପ୍ରତିଶତ ସ୍ଥାନ ସଂରକ୍ଷିତ ରଖିବା ପାଇଁ ଭାରତର ପ୍ରଧାନ ବିଚାରପତି ଏନ.ଭି ରମନା କହିଛନ୍ତି । ଏହା ସହ ଦେଶର ଆଇନ ମହାବିଦ୍ୟାଳୟଗୁଡ଼ିକରେ ଅନୁରୂପ ସଂରକ୍ଷଣ ଦାବିକୁ ସେ ସମର୍ଥନ ଜଣାଇଛନ୍ତି । ଏହା ସେମାନଙ୍କର ଅଧିକାର ଏବଂ ଏଥିପାଇଁ ସେମାନେ ଦାବି କରିବାକୁ ହକଦାର ବୋଲି ସୁପ୍ରିମକୋର୍ଟର ମହିଳା ଆଇନଜୀବୀମାନଙ୍କୁ ଉଦବୋଧନ ଦେବା ଅବସରରେ ଏନ.ଭି ରମନା କହିଛନ୍ତି ।

ଅନ୍ୟପଟେ ଦେଶର ନିମ୍ନ ଅଦାଳତଗୁଡ଼ିକରେ ମହିଳା ବିଚାରପତିଙ୍କ ସଂଖ୍ୟା ୩୦ ପ୍ରତିଶତରୁ କମ ରହିଛି । ହାଇକୋର୍ଟଗୁଡ଼ିକରେ ୧୧.୫ ପ୍ରତିଶତ ମହିଳା ବିଚାରପତି ରହିଥିବାବେଳେ ସୁପ୍ରିମକୋର୍ଟରେ ୧୧ରୁ ୧୨ ପ୍ରତିଶତ ରହିଛି ବୋଲି ଜଷ୍ଟିସ ରମନା ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା