Masthead

୯୨ ବର୍ଷରେ ପାଦ ଦେଲେ ସ୍ୱର ସାମ୍ରାଜ୍ଞୀ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆଜି ହେଉଛି କୋକିଳ କଣ୍ଠୀ, ସୁର ସମ୍ରାଜ୍ଞୀ, ଭାରତ ରତ୍ନ ଲତା ମଙ୍ଗେସକରଙ୍କ ଜନ୍ମଦିନ । ୯୨ ବର୍ଷରେ ପାଦ ଦେଲେ କୋକିଳ କଣ୍ଠୀ । ଆଜିର ଦିନରେ ୧୯୨୯ ମସିହାରେ ଜନ୍ମଗ୍ରହଣ କରିଥିଲେ ଲତା ମଙ୍ଗେସକର । ଲତାମଙ୍ଗେସକର ୧୯୨୯ ମସିହା ସେପ୍ଟେମ୍ବର ୨୮ ତାରିଖରେ ମଧ୍ୟପ୍ରଦେଶର ଇନ୍ଦୋର ସହରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଦିନାନାଥ ମଙ୍ଗେସକର ଜଣ ଶାସ୍ତ୍ରୀୟ ସଙ୍ଗୀତ ଗାୟକ ଓ ଥାଏଟର ଆର୍ଟିଷ୍ଟ ଥିଲେ । ପିଲା ବେଳୁ ହିଁ ସଙ୍ଗୀତ ପ୍ରତି ମନ ବଳାଇଥିଲେ ଲତା ।

ତାଙ୍କ ସହ ତାଙ୍କ ଭାଇ ଓ ଭଉଣୀମାନେ ମଧ୍ୟ ଗୀତ ଶିଖୁଥିଲେ । ହେଲେ ଲତାଙ୍କୁ ୧୩ ବର୍ଷ ବୟସ ହୋଇଥିବା ବେଳେ ହୃଦଘାତରେ ତାଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା । ଆଉ ପରିବାର ଚଳାଇବା ପାଇଁ ଶେଷରେ ୧୯୪୨ ମସିହାରେ ସଙ୍ଗୀତ ଜଗତରେ ପାଦ ଦେଇଥିଲେ ଲତା ମଙ୍ଗେସକର । ୧୯୪୨ରୁ ୧୯୪୮ ମସିହା ମଧ୍ୟରେ ଲତା ମଙ୍ଗେସକର ହିନ୍ଦୀ ଓ ମାରଠୀ ଭାଷାରେ ୮ଟି ସଙ୍ଗୀତରେ କଣ୍ଠଦାନ କରିଥିଲେ। ୧୯୪୨ ମସିହାରେ ମରାଠୀ ଚଳଚ୍ଚିତ୍ର କିଟ୍ଟି ହାସଲରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ ।

ଏହାପରେ ମଜବୁର, ବେଦର୍ଦ ଭଳି ଦୁଇଟି ଚଳଚ୍ଚିତ୍ରରେ ଗୀତ ଗାଇ ପରିଚିତ ହେବା ପରେ ପୂରା ସଙ୍ଗୀତ ଜଗତରେ ଛାଇ ଯାଇଥିଲେ ଲତା ମଙ୍ଗେସକର ।୧୯୬୩ ମସିହା ଭାରତ-ଚୀନ ଯୁଦ୍ଧ ସମୟରେ ଲତାଙ୍କ ଦେଶାତ୍ମକ ଗୀତ ‘ଏ ମେରେ ବତନ କେ ଲୋଗୋଁ’ ଅନେକ ଲୋକଙ୍କ ମନକୁ ଛୁଇଁଥିଲା । ଏହି ଗୀତ ପାଇଁ ତାଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନୀତ କରାଯାଇଥିଲା । ଏହାପରେ ପରେ ଲତା ମଙ୍ଗେସକର ଲଗଜା ଗଲେ, ପ୍ୟାର କା ନଗମା, ସିସା ହୋୟା ଦିଲ, ତେରେ ବିନା ଜିନ୍ଦେଗୀ ସେ କୋଇ ସିଖବା ନେହିଁ ଭଳି ଗୀତ ଗାଇ ଘରେ ଘରେ ପରିଚିତ ହୋଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ