Masthead

ବାଟ ହୁଡିଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା

ବୀରମହାରାଜପୁର, (ବଡ଼ ଖବର ବ୍ୟୁରୋ): ପଲିଥିନ ତଳେ ଜୀବନ । ପରିବାର ସହ ଜଣେ ଦିବ୍ୟାଙ୍ଗ ଭାଗ୍ୟକୁ ଆଦରି ସେଠାରେ ପଡିରହିଛନ୍ତି । ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଯଟେସିଂହା ପଞ୍ଚାୟତ ଗୋଧନେଶ୍ୱର ଗ୍ରାମରେ । ଦିବ୍ୟାଙ୍କ ଶାନ୍ତନୁ ଖମାରୀ ସ୍ତ୍ରୀ ଓ ୨ ଝିଅଙ୍କ ସହ ଜୀବନକୁ ପାଣି ଛଡେଇ ପଲିଥିନ ତଳେ ବିତାଉଛନ୍ତି ଜୀବନ । ଘର ଖଣ୍ଡିଏ ପାଇଁ ସେ ପଞ୍ଚାୟତଠାରୁ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ସବୁଠି ଗୁହାରି କରିଥିଲେ ମଧ୍ୟ ସୁଫଳ ପାଇପାରୁ ନାହାନ୍ତି । ସରକାର ଭିନ୍ନକ୍ଷମମାନଙ୍କ ପାଇଁ ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ଏହାର ଫାଇଦା ଉଠାଇପାରୁ ନାହାନ୍ତି ଦିବ୍ୟାଙ୍ଗ ଶାନ୍ତନୁ । ଥିଲା ବାଲା ଏହି ଯୋଜନାରୁ ଲାଭ ଉଠାଉଥିବା ବେଳେ ଯୋଗ୍ୟ ହିତାଧିକାରୀ ବାଦ୍ ପଡିଯାଉଛନ୍ତି । ବୀରମହାରାଜପୁର ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଟ ହୁଡିଥିବାରୁ ଶାନ୍ତନୁଙ୍କ ଭାଗ୍ୟ କେବେ ପରିବର୍ତ୍ତନ ହେବ ତାହା ଦେଖିବାକୁ ବାକି ରହିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ 🔴 ଆଜି ପୁଣି ଗଡ଼ିବ ରଥ 🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଚର୍ଚ୍ଚାରେ ନୀଳ ଡ୍ରମ ! 🔴 ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି 🔴 ଆନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରେ ଶୁଭାଂଶୁ ଶୁକ୍ଲା 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ 🔴 ଆଜି ପୁଣି ଗଡ଼ିବ ରଥ 🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଚର୍ଚ୍ଚାରେ ନୀଳ ଡ୍ରମ ! 🔴 ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି 🔴 ଆନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରେ ଶୁଭାଂଶୁ ଶୁକ୍ଲା