Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ । ବିଶେଷ କରି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା କରାଇବ। ଏହାଦ୍ବାରା ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ସ୍ଥିତି ମଧ୍ୟ ଉପୁଜିପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହାବ୍ୟତୀତ, ଅନୁଗୁଳ, ଯାଜପୁର, ବାଲେଶ୍ବର , ଭଦ୍ରକ, ଦେବଗଡ଼ ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ଲଘୁଚାପ ଜନିତ ପ୍ରବଳ ବର୍ଷା ହେବ। ୩୦ ତାରିଖ ଦିନ ବି ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବ। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର-ଶୁକ୍ରବାର ବର୍ଷାର ପ୍ରକୋପ ବଢ଼ିବ। ସାରା ରାଜ୍ୟରେ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ଯାଜପୁର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ