Masthead

ସର୍ବୋଚ୍ଚ ଜଳଧାରଣ କ୍ଷମତା ଛୁଇଁଲା ହୀରାକୁଦ ଜଳସ୍ତର

ସମ୍ବଲପୁର, (ବଡ଼ ଖବର ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଏବେ ଏହାର ସର୍ବୋଚ୍ଚ ଜଳଧାରଣ କ୍ଷମତା ସ୍ତରକୁ ଛୁଇଁଛି । ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ହୋଇଥିବାବେଳେ ସୋମବାର ସନ୍ଧ୍ୟା ୬ଟା ସୁଦ୍ଧା ଜଳସ୍ତର ୬୩୦ ଫୁଟ ରହିଛି । ବର୍ତ୍ତମାନ ଜଳଭଣ୍ଡାରର ୪ଟି ଗେଟ୍ ଖୋଲା ରହିଛି । ଜଳଭଣ୍ଡାର ମଧ୍ୟକୁ ବର୍ତ୍ତମାନ ୮୦ ହଜାର ୫୭୧ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ୪ଟି ଗେଟ ଦେଇ ସମାନ ପରିମାଣର ଜଳ ନିଷ୍କାସିତ ହେଉଛି ।

ଜଳଭଣ୍ଡାରର ତଳମୁଣ୍ଡ ତଥା ମହାନଦୀର ବେଲଗାଁଠାରେ ବର୍ତ୍ତମାନ ୧୬ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି । ସେହିପରି ପଥରଳାଠାରେ ୪୬ ହଜାର ୨୬୩, ଖଇରମାଳଠାରେ ୬୪ ହଜାର, ବାରମୂଳଠାରେ ୯୦ ହଜାର ଏବଂ ମୁଣ୍ଡଳୀଠାରେ ୧ ଲକ୍ଷ ୭୫ ହଜାର ୩୯୭ କ୍ୟୁସେକ ଜଳ ପ୍ରବାହିତ ହେଉଛି । ଆଗକୁ ଉପରମୁଣ୍ଡରେ ଅଧିକ ବର୍ଷା ହେଲେ ଅଧିକ ଗେଟ ଖୋଲାଯିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା