Masthead

ଶାହାଙ୍କୁ ଭେଟିଲେ କ୍ୟାପଟେନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପଞ୍ଜାବ ରାଜନୀତିରେ ଥମୁନି ବିବାଦ । ବାରମ୍ବାର ପଞ୍ଜାବରେ ଦେଖାଦେଉଛି ଦଳୀୟ କନ୍ଦଳ । ଏହାକୁ ସମାପ୍ତ କରିବା ପାଇଁ କଂଗ୍ରେସ ବାରମ୍ବାର ଚେଷ୍ଟା କରୁଥିଲେ ମଧ୍ୟ ଏଥିରେ ସଫଳ ହୋଇପାରୁ ନାହାଁନ୍ତି । ଏହା ମଧ୍ୟରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ଗୃହମନ୍ତ୍ରିଙ୍କୁ ଭେଟିଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ପୁଣି ଥରେ ରାଜନୈତିକ ମାହୋଲ ସରଗରମ ହୋଇ ଉଠିଛି ।

ଆରମ୍ଭ ହୋଇଯାଇଛି ଅନେକ କଳ୍ପନାଜଳ୍ପନା । କ୍ୟାପଟେନ କଂଗ୍ରେସ ଛାଡ଼ି ବିଜେପିରେ ମିଶିବେ କି ? ନା ଚଳିତ ଥର ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ପଞ୍ଜାବରେ ଲଢେଇ କରିବେ କି ? ବୋଲି ଅନେକ ପ୍ରଶ୍ନ ସାମ୍ନାକୁ ଆସିଛି । ବର୍ତ୍ତମାନ ଦେଖିବାର ବିଷୟ କ୍ୟାପଟେନ ହାତ ଛାଡ଼ି ପଦ୍ମ ଧରୁଛନ୍ତି କି !

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ