Masthead

ଅକ୍ଟୋବର ୧୫ରୁ ପର୍ଯ୍ୟାୟକ୍ରମେ ଖୋଲିବ ସ୍କୁଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ପାଇଁ ଦୀର୍ଘଦିନ ଧରି ବନ୍ଦ ଥିବା ବିଦ୍ୟାଳୟଗୁଡ଼ିକ ଅକ୍ଟୋବର ୧୫ରୁ ପର୍ଯ୍ୟାୟକ୍ରମେ ଖୋଲିବ । ଏ ସମ୍ପର୍କରେ  ମାନବ ସମ୍ବଳ ମନ୍ତ୍ରାଳୟ  ନିର୍ଦ୍ଦେଶାବଳୀ ଜାରି କରିଛି। ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ ମନ୍ତ୍ରାଳୟ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରଣାଳୀ(ଏସ୍ଓପି) ପ୍ରସ୍ତୁତ କରିବାକୁ ପରାମର୍ଶ ଦିଆଯାଇଛି । ମନ୍ତ୍ରାଳୟ କହିଛି, ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ସରକାରମାନେ ପିଲାଙ୍କ ସ୍ୱାସ୍ଥ୍ୟ, ନିରାପତ୍ତା ସ୍କୁଲର ପରିମଳ, ଏବଂ ସାମାଜିକ ଦୂରତା ଅନୁସରଣ ନିଶ୍ଚିତ କଲେ ସ୍କୁଲ ଖୋଲିପାରିବେ ।

ନିର୍ଦ୍ଦେଶାବଳୀ ଅନୁଯାୟୀ, ଅଭିଭାବକମାନଙ୍କ ଲିଖିତ ଅନୁମତି ପରେ ଛାତ୍ରଛାତ୍ରୀମାନେ ସ୍କୁଲ ଯାଇପାରିବେ । ସ୍କୁଲ ଉପସ୍ଥାନ ନିୟମରେ ନମନୀୟତା ରହିବ ।  ଛାତ୍ରଛାତ୍ରୀମାନେ ବିଦ୍ୟାଳୟକୁ ଯିବା ପରିବର୍ତ୍ତେ ଅନଲାଇନ୍ କ୍ଲାସ୍ ବାଛିପାରିବେ । ବିଦ୍ୟାଳୟ ଖୋଲିବା ପରେ ଦୁଇରୁ ତିନି ସପ୍ତାହ ପର୍ୟ୍ୟନ୍ତ କୌଣସି ମୂଲ୍ୟାଙ୍କନ ହେବ ନାହିଁ ।  ଅନଲାଇନ୍ ଶିକ୍ଷାକୁ ଉତ୍ସାହିତ କରାଯିବ ବୋଲି ମନ୍ତ୍ରାଳୟ ନିର୍ଦ୍ଦେଶାବଳୀରେ ସ୍ପଷ୍ଟ କରିଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ