Masthead

ଭୋଟ ଦେଉଛି ପିପିଲି

ପିପିଲି (ବଡ଼ ଖବର ବ୍ୟୁରୋ): ଆଜି ପିପିଲି ଉପନିର୍ବାଚନ । ପିପିଲି ଉପନିର୍ବାଚନ ପାଇଁ ଚାଲିଛି ଭୋଟ ଗ୍ରହଣ । ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଭୋଟିଂ । ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରୁଥିବା ୧୦ ଜଣ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଣ୍ଣୟ କରିବେ ୨ଲକ୍ଷରୁ ଅଧିକ ଭୋଟର। ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପିପିଲି ଓ ଡେଲାଙ୍ଗ ବ୍ଲକ୍‌ର ୩୪୮ଟି ବୁଥ୍‌ରେ ଏହି ମତଦାନ ଅନୁଷ୍ଠିତ ହୋଇଛି।

ଏଥିପାଇଁ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତି କରାଯାଇଛି। ପିପିଲି ବ୍ଲକ୍‌ର ସମୁଦାୟ ୧୯୯ଟି ବୁଥ୍‌ ଓ ଡେଲାଙ୍ଗ ବ୍ଲକ୍‌ର ୧୪୯ଟି ବୁଥ୍‌ରେ ମତଦାନ । ୧,୧୯,୨୦୬ ଜଣ ପୁରୁଷ ଭୋଟର ଓ ୧,୧୦,୭୯୦ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ। ଏହାବାଦ୍ ୨ ଜଣ ତୃତୀୟ ଲିଙ୍ଗ ଓ ୩୨୧ଜଣ ସର୍ଭିସ୍‌ ଭୋଟର୍‌ ମଧ୍ୟ ଭୋଟ୍‌ ଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ