Masthead

ଦୁଇ ବ୍ୟବସାୟୀଙ୍କ ମୃତ୍ୟୁ, ରାସ୍ତା ଅବରୋଧ

ସଇଁତଳା(ବଡ଼ ଖବର ବ୍ୟୁରୋ): ଦୁର୍ଘଟଣାରେ ଚାଲିଗଲା ଦୁଇ ବ୍ୟବସାୟୀଙ୍କ ଜୀବନ । ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ୨୬ ନଂ ଜାତୀୟ ରାଜପଥର ଲୁହୁରାପାଳି ଛକରେ ସକାଳୁ  ସଡ଼କ ଦୁର୍ଘଟଣା ଘଟିଯାଇଛି । ଏଥିରେ ଦୁଇ ମିଠା ବ୍ୟବସାୟୀ ସୁବଳ ସାହୁ ଓ ଦେବାଶିଷ ସାହୁଙ୍କର ମୃତ୍ୟୁ ହେବା ସହ ଅନ୍ୟଜଣେ ଗୁରୁତର ଥିବା ଜଣା ପଡ଼ିଛି । ଦୁଇ ବ୍ୟବସାୟୀ ଏକ ଅଟୋ ଯୋଗେ ସିସକେଲାରୁ କୁଇକେଡ଼ାକୁ ମିଠା ବିକ୍ରି ପାଇଁ ଆସୁଥିଲେ ।

ଏହି ସମୟରେ ସମ୍ନାପଟୁ ଆସୁଥିବା ଏକ ଟ୍ରକ ଅଟୋ ସହ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ହିଁ ଦୁହିଁଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟପଟେ ଟ୍ରକ ଡ୍ରାଇଭର ମଧ୍ୟ ଅହାତ ଥିବା ଜଣା ପଡ଼ିଛି । ମୃତକଙ୍କୁ କ୍ଷତିପୂରଣ ଦାବିରେ ପରିବାର ପକ୍ଷରୁ ରାସ୍ତା ଅବରୋଧ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ