Masthead

ନାବାଳିକାଙ୍କ ସହ ସମଲିଙ୍ଗୀ ସମ୍ପର୍କ ରଖି ବନ୍ଧା ହେଲେ ଯୁବତୀ

ହରଭଙ୍ଗା, (ବଡ଼ ଖବର ବ୍ୟୁରୋ) ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅଞ୍ଚଳରେ ଘଟିଛି ଲଜ୍ଜାଜନକ ଘଟଣା । ଜଣେ ନାବାଳିକାଙ୍କ ସହ ସମଲିଙ୍ଗୀ ସମ୍ପର୍କରେ ରଖି ବନ୍ଧା ହୋଇଛନ୍ତି ଯୁବତୀ । ଘଟଣାକୁ ନେଇ ଅଞ୍ଚଳରେ ଢେର୍ ଚର୍ଚ୍ଚା । ସୂଚନା ଅନୁଯାୟୀ ଯୁବତୀ ଜଣକ ସେହି ଅଞ୍ଚଳର ଜଣେ ନାବାଳିକାଙ୍କ ସହ ସମଲିଙ୍ଗୀ ସମ୍ପର୍କ ରଖିଥିଲେ । ଏ ବିଷୟରେ ନାବାଳିକାଙ୍କ ପରିବାର ଲୋକେ ଜାଣିବା ପରେ ଯୁବତୀଙ୍କଠାରୁ ଝିଅକୁ ଦୂରେଇ ରଖିବାକୁ ଚେଷ୍ଟା କରିଥିଲେ । ନାବାଳିକାଙ୍କୁ ନେଇ ତାଙ୍କ ପରିବାର ଲୋକେ କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅଞ୍ଚଳରେ ଥିବା ତାଙ୍କ ମାଉସୀ ଘରେ ଛାଡ଼ିଦେଇଥିଲେ ।

ତଥାପି ସମ୍ପର୍କ ଏତେ ଗଭୀର ଥିଲା ଯେ କେହି କାହାକୁ ଛାଡ଼ି ରହିପାରି ନ ଥିଲେ । ଗତ ୨୯ ତାରିଖରେ ଯୁବତୀ ଜଣକ ଖଜୁରୀପଡ଼ାରେ ପହଞ୍ଚି ନାବାଳିକାଙ୍କୁ ନେଇ କେଉଁଆଡ଼େ ଫେରାର ହୋଇଯାଇଥିଲେ । ଏ ସମ୍ପର୍କରେ ନାବାଳିକାଙ୍କ ବାପା ଖଜୁରୀପଡ଼ା ଥାନାରେ ଅଭିଯୋଗ କରିଥିଲେ । ପୋଲିସ ତଦନ୍ତ କରି କନ୍ଧମାଳ ଜିଲ୍ଲା ଚକାପାଦ ଅଞ୍ଚଳରୁ ଉଭୟଙ୍କୁ ଉଦ୍ଧାର କରି ଥାନାକୁ ଆଣିଥିଲା । ଯୁବତୀଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି । ତେବେ ଏ ସମ୍ପର୍କରେ ଖଜୁରୀପଡ଼ା ଥାନା ଅଧିକାରୀଙ୍କୁ ପଚରା ଯାଇଥିଲେ ମଧ୍ୟ ସେ କିଛି ସୂଚନା ଦେବାକୁ ମନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ 🔴 ୧୨ନୁହେଁ ୨୦ରେ ଆସିବେ ପିଏମ୍! 🔴 ୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି 🔴 ଭାରତକୁ ପାକିସ୍ତାନର ୪ଟି ଚିଠି 🔴 କରୋନାର ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ଅନୁରୋଧ 🔴 ପ୍ରଧାନମନ୍ତ୍ରୀଙ୍କୁ ଜି-୭ ଶିଖର ସମ୍ମିଳନୀ ପାଇଁ ନିମନ୍ତ୍ରଣ 🔴 ରାଜ୍ୟରେ ପୁଣି ୭ ନୂଆ କରୋନା ପଜିଟିଭ୍ 🔴 କୃଷି ଓ ଖାଦ୍ୟ କ୍ଷେତ୍ରରେ ଭାରତ-ଇଟାଲୀର ସହଭାଗିତା 🔴 ‘ଇନସାନିୟତ’ ଓ ‘କାଶ୍ମୀରିୟତ’ ଉପରେ ଆକ୍ରମଣ 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ 🔴 ୧୨ନୁହେଁ ୨୦ରେ ଆସିବେ ପିଏମ୍! 🔴 ୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି 🔴 ଭାରତକୁ ପାକିସ୍ତାନର ୪ଟି ଚିଠି 🔴 କରୋନାର ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ଅନୁରୋଧ 🔴 ପ୍ରଧାନମନ୍ତ୍ରୀଙ୍କୁ ଜି-୭ ଶିଖର ସମ୍ମିଳନୀ ପାଇଁ ନିମନ୍ତ୍ରଣ 🔴 ରାଜ୍ୟରେ ପୁଣି ୭ ନୂଆ କରୋନା ପଜିଟିଭ୍ 🔴 କୃଷି ଓ ଖାଦ୍ୟ କ୍ଷେତ୍ରରେ ଭାରତ-ଇଟାଲୀର ସହଭାଗିତା 🔴 ‘ଇନସାନିୟତ’ ଓ ‘କାଶ୍ମୀରିୟତ’ ଉପରେ ଆକ୍ରମଣ