Masthead

ପ୍ରବଳ ବର୍ଷାରେ ଭୁଶୁଡ଼ିଲା କୋଠା

ଶିମଲା (ବଡ଼ ଖବର ବ୍ୟୁରୋ): ପ୍ରବଳ ବର୍ଷାରେ ବେହାଲ ଶିମଲା । ବର୍ଷା ଯୋଗୁଁ ଭୁଶୁୁଡ଼ିଛି ୭ ମହଲା କୋଠା । ହିମାଚଳ ପ୍ରଦେଶ ଶିମଲାର କଚିଘାଟିରେ ଗୁରୁବାର ଘଟିଛି ଏହି ଘଟଣା । ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହେବା ଫଳରେ କୋଠାଟି ଭୁଶୁଡ଼ି ପଡ଼ିଥିବା ଜଣାଯାଇଛି। ତେବେ ଏଥିରେ ବିଶେଷ କିଛି କ୍ଷତି ହୋଇନଥିବା ଜଣାପଡ଼ିଛି । ସୂଚନା ଅନୁସାରେ କୋଠାଟିରେ ଗତକାଲି ସକାଳେ ଏକାଧିକ ଫାଟ ଦେଖିବାକୁ ମିଳିଥିଲା।

ପରେ କୋଠାଟିରୁ ସବୁ କିଛି ଖାଲି କରି ଦିଆଯାଇଥିଲା। ଅପରାହ୍ନ ପାଖାପାଖି ପ୍ରାୟ ସାଢ଼େ ୫ଟା ବେଳେ କୋଠାଟି ଭୁଶୁଡ଼ି ପଡ଼ିଥିଲା। କୋଠାଟି ଭୁଶୁଡ଼ି ବେଳେ ଆଖପାଖ କୋଠା ଗୁଡ଼ିକରେ ମାଡ଼ ହୋଇଥିଲା। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ