Masthead

ଭାରତୀୟ ସେନା ସମସ୍ତ ପରିସ୍ଥିତି ସମ୍ମୁଖୀନ କରିବାକୁ ପ୍ରସ୍ତୁତ: ଏମଏମ ନରୱାଣେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସ୍ଥଳସେନା ମୁଖ୍ୟ ଜେନେରାଲ ଏମଏମ ନରୱାଣେ ଦୁଇ ଦିନିଆ ଲଦାଖ ଗସ୍ତରେ ଯାଇଛନ୍ତି । ସେଠାରେ ସେ ସୁରକ୍ଷା ବ୍ୟବସ୍ଥା ଉପରେ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଛନ୍ତି । ତେବେ ଏହାରି ଭିତରେ ଆଜି ସ୍ଥଳସେନା ମୁଖ୍ୟ ଚୀନ ସୀମାରେ ସ୍ଥିତି ନେଇ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି । ଏମଏମ ନରୱାଣେ କହିଛନ୍ତି, ଚୀନ ସେନା ବର୍ତ୍ତମାନ ନିଜ ସୀମାରେ ଅନେକ ନିର୍ମାଣ କାମ କରୁଛି , ହେଲେ ଭାରତୀୟ ସେନା ସମସ୍ତ ପରିସ୍ଥିତିର ସମ୍ମୁଖୀନ ହେବାକୁ ପ୍ରସ୍ତୁତ ଅଛି ।

ସୀମାରେ ନିର୍ମାଣ କାର୍ଯ୍ୟ ଜାରି ରଖିଛି ଚୀନ । ତେବେ ସୀମାରେ ଯେଭଳି ଅଧିକ ସୈନ୍ୟ ମୁତୟନ କରିହେବ ସେ ନେଇ ଚାଇନା ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି । ତେବେ ଯେ କୌଣସି ପରିସ୍ଥିତିର ମୁକାବିଲା କରିବାକୁ ତୟାର ରହିଛି ଭାରତୀୟ ସେନା । ପାଖରେ ମହଜୁଦ ରଖିଛନ୍ତି ଆଧୁନିକ ଅସ୍ତ୍ରଶସ୍ତ୍ର । ଭାରତୀୟ ସେନା ସଶକ୍ତ ସ୍ଥିତିରେ ରହିବା ସହ ଯେ କୌଣସି ଆହ୍ବାନର ମୁକାବିଲା ପାଇଁ ପ୍ରସ୍ତୁତ ରହିଥିବା କହିଛନ୍ତି ସେନା ମୁଖ୍ୟ ।

ସେ ଆହୁରି କହିଛନ୍ତି ଏଲ୍‌ଏସିରେ ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣରେ ରହିଛି । ଭାରତୀୟ ସେନା ଏବଂ ଚାଇନା ସୈନ୍ୟ ବାହିନୀର ଉଚ୍ଚ ଅଧିକାରୀଙ୍କ ମଧ୍ୟରେ ଇତିମଧ୍ୟରେ ୧୨ ଥର ଆଲୋଚନା ହୋଇସାରିଛି । ସୀମାରେ ଉତ୍ତେଜନା ହ୍ରାସ କରିବା ପାଇଁ ଖୁବ୍‌ ଶୀଘ୍ର ବୈଠକ ବସିବ । ଆଶା କରାଯାଉଛି ସମସ୍ତ ସମସ୍ୟାର ସଫଳ ସମାଧାନ ସମ୍ଭବ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!