ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡି ଅଗୁଆ

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନ ରେଜଲ୍ଟ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି । କୋଭିଡ ଗାଇଡଲାଇନ ଭିତରେ ଗଣତି ହେଉଛି ଭୋଟ । ସକାଳ ୮ ଟାରୁ ଗଣତି ଆରମ୍ଭ ହେଉଛି । ପୁରୀର ପେଣ୍ଠକଣ୍ଟା ଇଭିଏମ ୱେୟାର ହାଉସରେ ହେଉଛି ଭୋଟି ଗଣତି ଏହାମଧ୍ୟରେ ପ୍ରଥମେ ପୋଷ୍ଟାଲ ବାଲାଟ ପରେ ଇଭିଏମ ଗଣତି ଆରମ୍ଭ ହୋଇଛି ।

ପୋଷ୍ଟାଲ ଗଣତିରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆଗରେ ଥିବା ସୂଚନା ମିଳିଥିଲା । ସେହିପରି ପ୍ରଥମ ରାଉଣ୍ଡରେ ମଧ୍ୟ ରୁଦ୍ର ମହାରଥୀ ଆଗୁଆ ରହିଛନ୍ତି । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ୧୪୦୬ ଭୋଟରେ ଆଗୁଆ ରହିଛନ୍ତି । ସେ ଗୋଡିପଡା, ମାଟିଆପଡା, ରେଙ୍ଗଳରେ ଆଗୁଆ ରହିଛନ୍ତି । ତାଙ୍କୁ ୪୦୫୫ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୨୬୪୯ ଭୋଟ୍ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନଙ୍କୁ ୭୬୫ ଭୋଟ୍ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ