Masthead

ବଳିଦାନକୁ ବ୍ୟର୍ଥ ହେବାକୁ ଦେବୁ ନାହିଁ: ରାହୁଲ ଗାନ୍ଧି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଡ଼ୁଆରେ କେନ୍ଦ୍ର ଗୃହ ରାଜ୍ୟ ମନ୍ତ୍ରୀ ଅଜୟ ମିଶ୍ର । ଏଥର କୌଣସି ରାଜନୈତିକ ମୁଦ୍ଦାକୁ ନେଇ ନୁହେଁ ବରଂ ତାଙ୍କ ପୁଅ ଆଶିଷ ମିଶ୍ରକୁ ନେଇ ଚର୍ଚ୍ଚାରେ ଅଛନ୍ତି । ବିଜେପି ନେତା ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଗାଡି କୃଷକଙ୍କ ଉପରେ ଚଢିଯିବା ମାମଲା ବଡ ରୂପ ନେବାରେ ଲାଗିଛି। ଏହାର ସ୍ଵର ଦିଲ୍ଲୀ ପର୍ୟ୍ୟନ୍ତ ଶୁଣିବାକୁ ମିଳିଲାଣି। ଏହି ଘଟଣାରେ ତିନି ଜଣ କୃଷକଙ୍କ ମୃତ୍ୟୁ ଘଟିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଘଟଣାକୁ ନରସଂହାର ଦର୍ଶାଇଛନ୍ତି।

ଏଥିସହ କିଷାନ ସତ୍ୟାଗ୍ରହ ଜିନ୍ଦାବାଦର ନାରା ମଧ୍ୟ ଦେଇଛନ୍ତି। ତେବେ ଯିଏ ଏହି ଅମାନବୀୟ ନରସଂହାର ଦେଖି ମଧ୍ୟ ଚୁପ୍ ରହିଛି, ସେ ପୂର୍ବରୁ ମରି ସାରିଛି। ମାତ୍ର ଏହି ବଳିଦାନକୁ ବ୍ୟର୍ଥ ହେବାକୁ ଦିଆଯିବ ନାହିଁ- କିଷାନ ସତ୍ୟାଗ୍ରହ ଜିନ୍ଦାବାଦ ବୋଲି ରାହୁଲ ଗାନ୍ଧି ଟ୍ୱିଟ କରି କହିଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼