Masthead

ରାଜ୍ୟରେ ୪୦୭ ସଂକ୍ରମିତ ଚିହ୍ନଟ, ୬ ମୃତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୪ ଜଣ ୧୮ ବର୍ଷରୁ କମ ବର୍ଗର ଆକ୍ରାନ୍ତ ଅଛନ୍ତି । ୪୦୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୮ ଜଣ କ୍ୱାରେଣ୍ଟାଇନରେ ଥିଲେ ବେଳେ ବାକି ୧୬୯ ଜଣ ଲୋକାଲ ରହଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୮,୩୬୬ ରେ ପହଞ୍ଚିଛି ।

ସେମାନଙ୍କ ମଧ୍ୟରୁ ୧୦,୧୫,୦୧୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୫୦୭୫ ଜଣ ଚିକିତ୍ସାଧିନ ଅଛନ୍ତି । ଆଜି ଆଉ ୬ ଜଣଙ୍କ କରୋନାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୨୦ କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ