Masthead

ଭାରରେ ବୁହାହେଲେ ଗର୍ଭବତୀ

ବୈପାରିଗୁଡ଼ା(ବଡ଼ ଖବର ବ୍ୟୁରୋ): କୋରାପୁଟ ଜିଲ୍ଲାରେ ବିକାଶର ବିକଳ ଚିତ୍ର ଦେଖିବାକୁ ମିଳିଛି । ରାସ୍ତା ଖରାପ ଥିବାରୁ ଗାଁକୁ ଆସିପାରିଲାନି ଆମ୍ବଲାନ୍ସ । ଭାରରେ ୪କିମି ବୁହାହେଲେ ପ୍ରସୂତି । ବୈପାରୀଗୁଡ଼ାର ଏଭଳି ଦୃଶ୍ୟ ସ୍ୱାସ୍ଥ୍ୟ ବିଭାଗର ଅସଲ ଚେହେରା ପଦାରେ ପକାଇ ଦେଇଛି । ଗତକାଲି ବୈପାରୀଗୁଡ଼ ବ୍ଲକ ତଳଗୁଞ୍ଜୀ ଗ୍ରାମର କୁନା ମୁଦୁଲିଙ୍କ ସ୍ତ୍ରୀ ଚଞ୍ଚଳାଙ୍କ ପ୍ରସବ ବେଦନା ଆରମ୍ଭ ହେବାରୁ ଡ଼ାକ୍ତରଖାନା ନେବା ପାଇଁ ସ୍ଥାନୀୟ ଆଶାକର୍ମୀ ରାଜେଶ୍ୱରୀ କାଣ୍ଡଲିଆ ଓ ସମାଜସେବୀ ମଧୂସୁଦନ ମାଳି ବୈପାରିଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଫୋନ କରିଥିଲେ । ଯୋଗାଯୋଗ ହୋଇନପାରିବାରୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଫୋନ କରିଥିଲେ । ସେଠି ମଧ୍ୟ ଯୋଗାଯୋଗ ସମ୍ଭବ ହୋଇପାରିନଥିଲା । ଗ୍ରାମବସୀଙ୍କ ସହୟତାରେ ଦୁଇଜଣ ଚଞ୍ଚଳାଙ୍କୁ ଭାରରେ ଦୀର୍ଘ ଚାରି କିଲୋମିଟର ବୋହିଥିଲେ । ସେମାନେ ତଲା ଛକରେ ପହଁଚିବା ପରେ ଲମତାପୁଟରୁ ଆସିଥିବା ଆମ୍ବୁଲାନ୍ସ ଯୋଗେ ବୈପାରୀଗୁଡ଼ା ମେଡିକାଲରେ ଚଞ୍ଚଳାଙ୍କୁ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ଏକ କନ୍ୟା ସନ୍ତାକୁ ଜନ୍ମ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ