Masthead

ବଢୁଛି ରାଜନୀତି

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ସାରା ଦେଶର ନଜର ବର୍ତ୍ତମାନ ଉତ୍ତରପ୍ରଦେଶ ଉପରେ ରହିଛି । ଆନ୍ଦୋଳନରତ ଚାଷୀଙ୍କ ଉପରେ ବିଜେପି ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅଜୟ ମିଶ୍ରଙ୍କ ଗାଡ଼ି ଚଢିବା ପରେ ମାମଲା ବଡ଼ ରୂପ ନେବାରେ ଲାଗିଛି । ସେପଟେ ଏହାକୁ ବିରୋଧ କରି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ ଦଳ । କିଏ ଅଜୟ ମିଶ୍ରଙ୍କ ଇସ୍ତଫା ଦାବି କରୁଥିବାବେଳେ ଆଉ କିଏ ଚାଷୀଙ୍କ ସ୍ୱରକୁ ଦବାଇବା ପାଇଁ ଏହା ଏକ ଷଡ଼ଯନ୍ତ୍ର ବୋଲି କହିଛନ୍ତି ।

ଏନେଇ ଦୁଇ ଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାର ସୂଚନା ମିଳିଛି । ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୯ ଜଣ ଚାଷୀଙ୍କର ମୃତ୍ୟୁ ହୋଇଥିବାର ଖବର ସାମ୍ନାକୁ ଆସିଛି । ତେବେ କେନ୍ଦ୍ର ଗୃହ ରାଜ୍ୟ ମନ୍ତ୍ରୀ ଅଜୟ ମିଶ୍ରଙ୍କ ବନବୀର ଗାଁରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଯୋଗ ଦେଇଥିଲେ । ତେବେ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟର ଯେଉଁ ହେଲିପ୍ୟାଡ଼ରେ ଅବତରଣ କରିବାର ଥିଲା ।

ସେଠାରେ ସକାଳୁ ହିଁ କୃଷକ କଳା ପତାକା ଧରି ଧାରଣା ଦେବା ଆରମ୍ଭ କରି ଦେଇଥିଲେ । ବହୁତ ମନାଇବା ପରେ ମଧ୍ୟ କୃଷକ ହଟି ନଥିଲେ । ଏହି ସମୟରେ କେନ୍ଦ୍ର ଗୃହ ରାଜ୍ୟ ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅଙ୍କ କାର କୃଷକଙ୍କୁ ଦଳି ଦେଇଥିଲା । ଏପରି ଏକ ଛାତିଥରା ଘଟଣା ସାମ୍ନାକୁ ଆସିବା ପରେ ସାରା ଦେଶ ସ୍ତବ୍ଧ ହୋଇଯାଇଛି ।

ଅନ୍ୟପଟେ ମୃତ୍ୟୁବରଣ କରିଥିବା କୃଷକମାନଙ୍କ ପରିବାରବର୍ଗଙ୍କୁ ଭେଟିବା ପାଇଁ ପ୍ରିୟଙ୍କା ଗାନ୍ଧି ବାହାରିଥିଲେ । ହେଲେ ତାଙ୍କୁ ଉତ୍ତରପ୍ରଦେଶ ପୁଲିସ ଅଟକାଇ ଦେଇଥିଲା । ଏପରିକି ଲକ୍ଷେ୍ନø ବିମାନବନ୍ଦରରୁ କଂଗେସ ନେତାମାନଙ୍କୁ ଫେରାଇ ଦିଆଯାଇଛି । ଏହା ପରେ ଏ ଘଟଣାକୁ ବିରୋଧୀ ଦଳ ତୀବ୍ର ନିନ୍ଦା କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ