Masthead

ଆସୁଛି ଲଘୁଚାପ !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୧୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ୩ ଦିନ ପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ଆକଳନ କରିଛନ୍ତି। ଆସନ୍ତା ୧୮ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଯଦି ଏହା ଗଭୀର ଅବପାତରେ ପରିଣତ ହେବ ତେବେ ତାହା ବାତ୍ୟା ରୂପ ନେଇପାରେ ବୋଲି ଅନୁମାନ କରାଯାଇଛି ।

ଏହାର ଗତି କୁଆଡେ ହେବ ଓ ଏହା ଗଭୀର ଅବପାତରେ ପରିଣତ ହେବ ତେବେ ତାହା ବାତ୍ୟା ରୂପ ନେଇପାରେ ବୋଲି ଅନୁମାନ କରାଯାଇଛି। ଏହାର ଗତି କୁଆଡେ ହେବ ଓ ଏହା ଗଭୀର ଅବପାତରେ ପରିଣତ ହେବ କି ନାହିଁ ସେନେଇ କିଛି ସ୍ପଷ୍ଟ କରାଯାଇନାହିଁ । ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବ ବୋଲି ଅନୁମାନ କରାଯାଇଛି ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, କନ୍ଧମାଳ, ରାୟଗଡା, ଅନୁଗୋଳ, ଏବଂ ଢେଙ୍କାନାଳ ଜିଲ୍ଲାର କେତକ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ