ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ମହାନଦୀରେ ଅଭାବନୀୟ ଘଟଣା । ଦଳେଇପଡ଼ା ଘାଟରେ ଗାଧୋଉଥିବା ବେଳେ ଭାସିଯାଇଥିଲେ ବାପା, ପୁଅ ଓ ଝିଅ । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ଅନ୍ୟ ଦୁଇଜଣ ନିଖୋଜଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲା ।
କିନ୍ତୁ ଏବେ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର ବାପା-ପୁଅଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର । ସେପଟେ ଏଯାଏ ମିଳିପାରି ନାହିଁ ଝିଅର ପତ୍ତା । ବହୁ ଖୋଜାଖୋଜି ପରେ ମଧ୍ୟ ଝିଅର ସନ୍ଧାନ ମିଳିପାରି ନଥିଲା । ରାତି ହେବା ସହିତ ମହାନଦୀର ପ୍ରଖର ସ୍ରୋତ ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା । ସେପଟେ ବିଳମ୍ବିତ ରାତିରେ ସର୍ଚ୍ଚ ଅପରେସନ୍ ବନ୍ଦ କରିଥିଲେ ଉଦ୍ଧାରକାରୀ ଦଳ । ଆଜି ସକାଳୁ ପୁଣି ଆରମ୍ଭ ହୋଇଛି ସର୍ଚ୍ଚ ଅପରେସନ୍ ।