Masthead

ଶପଥ ନେଲେ ରୁଦ୍ର ପ୍ରତାପ ମହାରଥୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଶପଥ ନେଲେ ପିପିଲି ଉପନିର୍ବାଚନରେ ବିଜୟୀ ହୋଇଥିବା ରୁଦ୍ର ପ୍ରତାପ ମହାରଥୀ । ପିପିଲିର ବିଧାୟକ ଭାବେ ଆଜି ଶପଥ ନେଇଛନ୍ତି । ବିଧାନସଭାରେ ଆଜି ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ବାଚସ୍ପତି ସୂର୍ଯ୍ୟ ନରାୟଣ ପାତ୍ର । ଶପଥରେ ସେ କହିଛନ୍ତି ଅଞ୍ଚଳର ବିକାଶ ମୋର ପ୍ରଥମ ଲକ୍ଷ । ଆଜି ଶପଥ ନେବା ପରେ କାଲିଠୁ ବିକାଶ ନମନ୍ତେ କାର୍ଯ୍ୟ ଆରମ୍ଭ କରିବି ।

ପିପିଲି ଉପନିର୍ବାଚନରେ ବିଜେଡିର ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ବାଜି ମାରି ନେଇଛନ୍ତି । ବିଜେପି ନେତା ଆଶ୍ରିତ ପଟ୍ଟନାୟକଙ୍କୁ ୨୦ ହଜାର ଭୋଟରେ ହରାଇ ପିପିଲି ଆସନ ହତେଇଛନ୍ତି । ରୁଦ୍ର ମୋଟ ୯୬ ହଜାର ଭୋଟରେ ଜିତିଛନ୍ତି । ସୂଚନା ଅନୁଯାୟୀ, ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ପରେ ରୁଦ୍ର ପିପିଲି ଉପନିର୍ବାଚନରେ ଜିତି ବିଧାୟକ ହୋଇଛନ୍ତି । ପୁଣିଥରେ ମହାରଥୀଙ୍କ ହାତରେ ପିପିଲି ଆସନ । ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳିରେ ୨ ଲକ୍ଷ ୨୯ ହଜାର ୯୯୮ ଜଣ ଭୋଟରେ ଥିବା ବେଳେ ସେମାନଙ୍କ ମଧ୍ୟରୁ ୭୮.୨୫% ସେମାନଙ୍କ ମତ ସାବ୍ୟସ୍ତ କରିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି