ଆରପାରିରେ ରାମାୟଣର ରାବଣ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆରପାରିରେ ରାବଣ । ଲୋକପ୍ରିୟ ପୌରାଣିକ ଟିଭି ଶୋ ‘ରାମାୟଣ’ରେ ରାବଣ ଭୂମିକାରେ ଅଭିନୟ କରିଥିବା ଅରବିନ୍ଦ ତ୍ରିବେଦୀଙ୍କ ପରଲୋକ । ମନୋରଞ୍ଜନ ଜଗତରୁ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଲା । ମୃତ୍ୟୁ ବେଳକୁ ତାଙ୍କୁ ୮୨ବର୍ଷ ହୋଇଥିଲା । ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରେ ଅରବିନ୍ଦ ତ୍ରିବେଦୀଙ୍କର ହୃଦଘାତରେ ଦେହାନ୍ତ ହୋଇଛି। ଅରବିନ୍ଦ ଦୀର୍ଘ ଦିନ ଧରି ରୋଗ ସହ ଲଢେଇ କରୁଥିଲେ।

ରାମାୟଣରେ ଲକ୍ଷ୍ମଣ ଭୂମିକାରେ ଅଭିନୟ କରିଥିବା ଅଭିନେତା ସୁନୀଲ ଲହରି ଅରବିନ୍ଦଙ୍କ ମୃତ୍ୟୁକୁ ସମବେଦନା ଜଣାଇଛନ୍ତି। ସୁନୀଲ ଲାହିରିଙ୍କ ବ୍ୟତୀତ ଅନେକ ସେଲିବ୍ରେଟ ସୋସିଆଲ ମିଡିଆରେ ଅରବିନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଅରବିନ୍ଦ ନିଜର ୪୦ବର୍ଷର ଅଭିନୟ କ୍ୟାରିୟରେ ସେ ୩୦୦ରୁ ଉର୍ଦ୍ଧ ସିନେମା ଓ ଧାରବାହିକରେ ଅଭିନୟ କରିଥିଲେ । ରାମାୟଣ ବ୍ୟତୀତ ବିକ୍ରମ ବେତାଳ ଓ ଅନ୍ୟାନ୍ୟ ପୌରାଣିକ ଏବଂ ସାମାଜିକ ଧାରବାହିକରେ ତାଙ୍କର ଚମକ୍ରାର ଅଭିନୟ ଦେଖିବାକୁ ମିଳିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ