Masthead

ଆରପାରିରେ ରାମାୟଣର ରାବଣ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆରପାରିରେ ରାବଣ । ଲୋକପ୍ରିୟ ପୌରାଣିକ ଟିଭି ଶୋ ‘ରାମାୟଣ’ରେ ରାବଣ ଭୂମିକାରେ ଅଭିନୟ କରିଥିବା ଅରବିନ୍ଦ ତ୍ରିବେଦୀଙ୍କ ପରଲୋକ । ମନୋରଞ୍ଜନ ଜଗତରୁ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଲା । ମୃତ୍ୟୁ ବେଳକୁ ତାଙ୍କୁ ୮୨ବର୍ଷ ହୋଇଥିଲା । ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରେ ଅରବିନ୍ଦ ତ୍ରିବେଦୀଙ୍କର ହୃଦଘାତରେ ଦେହାନ୍ତ ହୋଇଛି। ଅରବିନ୍ଦ ଦୀର୍ଘ ଦିନ ଧରି ରୋଗ ସହ ଲଢେଇ କରୁଥିଲେ।

ରାମାୟଣରେ ଲକ୍ଷ୍ମଣ ଭୂମିକାରେ ଅଭିନୟ କରିଥିବା ଅଭିନେତା ସୁନୀଲ ଲହରି ଅରବିନ୍ଦଙ୍କ ମୃତ୍ୟୁକୁ ସମବେଦନା ଜଣାଇଛନ୍ତି। ସୁନୀଲ ଲାହିରିଙ୍କ ବ୍ୟତୀତ ଅନେକ ସେଲିବ୍ରେଟ ସୋସିଆଲ ମିଡିଆରେ ଅରବିନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଅରବିନ୍ଦ ନିଜର ୪୦ବର୍ଷର ଅଭିନୟ କ୍ୟାରିୟରେ ସେ ୩୦୦ରୁ ଉର୍ଦ୍ଧ ସିନେମା ଓ ଧାରବାହିକରେ ଅଭିନୟ କରିଥିଲେ । ରାମାୟଣ ବ୍ୟତୀତ ବିକ୍ରମ ବେତାଳ ଓ ଅନ୍ୟାନ୍ୟ ପୌରାଣିକ ଏବଂ ସାମାଜିକ ଧାରବାହିକରେ ତାଙ୍କର ଚମକ୍ରାର ଅଭିନୟ ଦେଖିବାକୁ ମିଳିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା