Masthead

ଆଜି ପବିତ୍ର ମହାଳୟା, ଶ୍ରୀମନ୍ଦିର ବାହାରେ ଶ୍ରଦ୍ଧାଳୁଙ୍କ ପିଣ୍ଡଦାନ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ମହାଳୟା ଅମାବାସ୍ୟା । ଏନେଇ ଭକ୍ତଙ୍କ ପାଇଁ ବନ୍ଦ ରହିଛି ଶ୍ରୀମନ୍ଦିର। ଭକ୍ତଙ୍କ ଅତ୍ୟଧିକ ଗହଳି ହେବା ସମ୍ଭାବନାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏଭଳି ନିଷ୍ପତି ନିଆଯାଇଛି। ଶ୍ରଦ୍ଧାଳୁ ମାନେ ବାଇସି ପାହାଚ ବରିବର୍ତ୍ତେ ମନ୍ଦିର ବାହାରେ ପିଣ୍ଡଦାନ କରୁଛନ୍ତି। ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଉତ୍ତର ଦ୍ଵାର ସମ୍ମୁଖରେ ଅସ୍ଥାୟୀ ସେଡ୍ ତିଆରୀ କରାଯାଇଛି।

କେବଳ ଆଜି ନୁହେଁ ଚଳିତ ମାସରେ ଆଠ ଦିନ ଶ୍ରୀମନ୍ଦିର ବନ୍ଦ ରହିବ। ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତି ଅନୁଯାଇ ପ୍ରତି ରବିବାର ସମେତ ବିଶେଷ ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ନିଷ୍ପତି ମୁତାବକ ଚଳିତ ମାସରେ ପାଞ୍ଚଟି ରବିବାର ସମେତ ଆଜି ମହାଳୟା ଅମାବାସ୍ୟା, ୧୫ ତାରିଖ ଦଶହରା ଓ ୨୦ତାରିଖ ଦିନ ଗଜଲକ୍ଷ୍ମୀ ପୂଜା ପାଇଁ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ