Masthead

ଲଖିମପୁର ଖେରି ମାମଲା; ମୃତ ଚାଷୀ ପରିବାରକୁ ମିଳିବ ୧ କୋଟି ସହାୟତା

ଲଖିମପୁର(ବଡ଼ ଖବର ବ୍ୟୁରୋ): ଲଖିମପୁର ଖେରି ମାମଲାର ଚର୍ଚ୍ଚା ଦିନକୁ ଦିନ ସାରା ଦେଶରେ ବଢିବାରେ ଲାଗିଛି । ଏନେଇ ରାଜନୈତିକ ମାହୋଲ ମଧ୍ୟ ସରଗରମ ହୋଇଉଠିଛି । କାହାକୁ ବିମାନବନ୍ଦଳରରୁ ଫେରାଇ ଦିଆଯାଉଛି ତ ଆଉ କାହାକୁ ଗିରଫ କରାଯାଉଛି । ଆଗକୁ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାରୁ ଏହାକୁ ଏକ ବଡ଼ ରାଜନୈତିକ ମୁଦ୍ଦା କରିବା ଲକ୍ଷରେ ବିରୋଧୀ ଦଳ ଅଛନ୍ତି । ଏହା ମଧ୍ୟରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ତେବେ ଘଟଣାରେ ମୃତ୍ୟୁବରଣ କରିଥିବା ୮ ଜଣ ଚାଷୀଙ୍କ ପରିବାରକୁ ଉଭୟ ସରକାର ୫୦-୫୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

ଏ ଖବର ସାମ୍ନାକୁ ଆସିବା ପରେ ପୁଣି ଆଉ ଥରେ ଉତ୍ତରପ୍ରଦେଶରେ ରାଜନୀତି ଚଳଚଞ୍ଚଳ ହୋଇଉଠିଛି । ସେପଟେ ଉତ୍ତରପ୍ରଦେଶ ସରକାର ବିରୋଧୀ ଦଳର ନେତାମାନଙ୍କୁ ଲଖିମପୁର ଆସିବାକୁ ଅନୁୁମତି ଦେଇଥିବାର କଥା ସାମ୍ନାକୁ ଆସିଛି । ପ୍ରିୟଙ୍କା ଗାନ୍ଧୀ, ରାହୁଲ ଗାନ୍ଧୀ ସମେତ କଂଗ୍ରେସର ୫ ନେତାଙ୍କୁ ଲଖିମପୁର ଆସିବାକୁ ଅନୁମତି ମିଳିଛି । ଏହି ଲିଷ୍ଟରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନି ଓ ଯୁବନେତା ସଚିନ ପାଇଲଟ ସାମିଲ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ