Masthead

ହାଣ୍ଡିଶାଳରେ ଝଡ଼, ଚିନ୍ତାରେ ଗୃହିଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ବଢିଲା ରନ୍ଧନ ଗ୍ୟାସ ଦର । ସିଲିଣ୍ଡର ପିଛା ୧୫ ଟଙ୍କା ବଢିଛି ଦର । ଫଳରେ ରାଜଧାନୀ ଭୁବନେଶ୍ୱରରେ ଗ୍ୟାସ ସିଲିଣ୍ଡର ପିଛା ଦର ୯୨୬ ଟଙ୍କାରେ ପହଂଚିଛି । ଦିଲ୍ଲୀରେ ଦର ୮୯୯ ଟଙ୍କା ୫୦ ପଇସାରେ ପହଞ୍ଚିଛି । ସେହିପରି ୫କେଜିଆ ସିଲିଣ୍ଡର ଦର ୫୦୨ ଟଙ୍କାରେ ପହଞ୍ଚିଛି । ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ବୃଦ୍ଧି ଫଳରେ ଖୁଚୁରା ବଜାରରେ ମହଙ୍ଗା ହୋଇଛି ପେଟ୍ରୋଲିୟମ ଉତ୍ପାଦର ଦର ।

ଲଗାତାର ଭାବେ ଏଲପିଜି ଗ୍ୟାସ ଦର ମହଙ୍ଗା ହୋଇଛି । ଜୁଲାଇରେ ୨୫ ଟଙ୍କା ୫୦ ପଇସା, ଅଗଷ୍ଟରେ ୨୫ ଟଙ୍କା ଓ ପୁଣି ସେପ୍ଟେମ୍ବରରେ ସିଲିଣ୍ଡର ପିଛା ଦର ୨୫ ଟଙ୍କା ବୃଦ୍ଧି ହୋଇଥିଲା । ପେଟ୍ରୋଲ ଓ ଡିଜେଲ ଦର ମଧ୍ୟ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୩୧ପଇସା ଓ ପେଟ୍ରୋଲ ଲିଟର ପିଛା ୩୯ପଇସା ବୃଦ୍ଧି ପାଇଛି । ପେଟ୍ରୋଲ ଦର ଭୁବନେଶ୍ୱରରେ ଲିଟର ୧୦୩ଟଙ୍କା ୮୪ ପଇସାକୁ ବୃଦ୍ଧି ପାଇଥିବା ବେଳେ ଡିଜେଲ ଲିଟର ୯୯ଟଙ୍କା ୭୨ପଇସାରେ ପହଞ୍ଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି