ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଣ୍ଡାମାନ ସାଗରରେ ୧୦ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକ୍ରମେ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଦିଗକୁ ଆସିପାରେ ବୋଲି ଟ୍ୱିଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରିଣ ଓଡ଼ିଶାରେ କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ହୋଇଛି।

କାଶିନଗର, ପାଲଲହଡ଼ା ଓ ବେତନଟୀରେ ଅଧିକ ବର୍ଷା ହୋଇଛି। ଆଗାମୀ ୫ ଦିନ ଧରି ଓଡ଼ିଶାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ବଜ୍ରପାତ ହେବାର ଆଶଙ୍କା କରାଯାଇଛି। ଏହିଛଡ଼ା ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’